Posted inଜାତୀୟ

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ

ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍‌ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ କମଲନାଥଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳ ସମସ୍ତଙ୍କ ନଜର କମଲନାଥଙ୍କ ଉପରେ ରହିଛି। ତେବେ ଫ୍ଲୋର ଟେଷ୍ଟ ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଇସ୍ତଫା ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କାରଣ ୧୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ଇସ୍ତଫା ଗ୍ରହଣ କରାଯିବା ପରେ ସଂଖ୍ୟା ଗରିଷ୍ଠତା ପ୍ରମାଣ ନେଇ ଆଶଙ୍କା ଉପୁଜିଛି ବୋଲି କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂହ କହିଛନ୍ତି। ଏହାରି ଭିତରେ ଭାଜପା ବିଧାୟକ ଶରଦ କୋଲ ମଧ୍ୟ ଇସ୍ତଫା ଦେଇଛନ୍ତି। ତେବେ ୨୩ଜଣ ବିଧାୟକଙ୍କ ଇସ୍ତଫା ଗ୍ରହଣ ପରେ କମଲ ନାଥ ସରକାରଙ୍କ ପାଖରେ ବହୁମତ ଲାଗି ସଂଖ୍ୟା କମ୍‌ ରହିଛି। ତେଣୁ କମଲନାଥ ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ଅପରପକ୍ଷେ ଏନେଇ ମଧ୍ୟପ୍ରଦେଶରେ ଏକ ବୈଠକ ଜାରି ରହିଛି। ଏଥିରେ କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂହ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri