ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ ସମ୍ପୃକ୍ତ ଘରୋଇ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ(୨୭) ନାମକ ଛାତ୍ରୀ ଉକ୍ତ ଘରୋଇ ହଷ୍ଟେଲରେ ରହୁଥିଲେ। ତାଙ୍କ ସାଙ୍ଗ ନବବର୍ଷ ପାଇଁ ଘରକୁ ଯାଇଥିବାବେଳେ ଝୁମ୍ପା ବେକରେ ଓଢଣି ଲଗାଇ ଫ୍ୟାନରେ ଆତ୍ମହତ୍ୟା କରିଥିଲେ। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୨/୨୦୨୦) ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ସୂଚନା ମୁତାବକ, ଝୁମ୍ପାଙ୍କ ପରିବାର ଲୋକେ ଶୁକ୍ରବାର ପଶ୍ଚିମବଙ୍ଗରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲେ। ପ୍ରେମିକଙ୍କ ସହ ଝଗଡ଼ାକୁ ନେଇ ଝୁମ୍ପା ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ ପ୍ରକାଶ ପାଇଥିବା ବେଳେ ପରିବାର ଲୋକେ ଭିନ୍ନ ଅଭିଯୋଗ ଆଣିଛନ୍ତି। ପରିବାର ଲୋକେ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ସମ୍ପୂର୍ଣ୍ଣ ରୂପେ ଦାୟୀ କରିଛନ୍ତି। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ୪ ମାସ ପୂର୍ବରୁ କଲେଜ ହଷ୍ଟେଲରେ ନିଶା ଖାଇବାକୁ କେନ୍ଦ୍ରକରି ଝୁମ୍ପାଙ୍କୁ ହଷ୍ଟେଲରୁ କର୍ତ୍ତୃପକ୍ଷ ବାହାର କରିଦେଇଥିଲେ। ଯାହାକୁ ନେଇ ଝୁମ୍ପା ମାନସିକ ସ୍ତରରେ ଭାଙ୍ଗି ପଡ଼ିିବା ସହ ଅନେକ ଥର ଘରକୁ ଫୋନ କରି କାନ୍ଦବା ସହ ହଷ୍ଟେଲରୁ ଚାଲିଯିବାକୁ ଚାହେଁ ବୋଲି କହିଥିଲେ। ମାତ୍ର କଲେଜ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଥିଲେ ତାଙ୍କ ଝିଅର ଏପରି ଅବସ୍ଥା ହୋଇ ନ ଥାନ୍ତା। ସେହିପରି ଝୁମ୍ପାଙ୍କ ପୁରୁଷ ବନ୍ଧୁ କହିଛନ୍ତି, ଉଭୟଙ୍କ ଭିତରେ ଛୋଟ ମୋଟ ଝଗଡ଼ା ହୁଏ। ମାତ୍ର ଝୁମ୍ପା ଓ ତାଙ୍କ ଭିତରେ ଏମିତି କିଛି ଝଗଡ଼ା ନ ଥିଲା ଯାହାକି ସିଏ ଆତ୍ମହତ୍ୟା ପନ୍ଥା ବାଛିନେବେ। ଅନ୍ୟପଟେ ପୋଲିସ ଝୁମ୍ପାଙ୍କ ରୁମ୍‌ରୁ ଲାପଟପ୍‌, ଡାଏରୀ ଓ କିଛି ଚିଠି ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri