ବଁଚ୍‌ବାର ରାହା ଦେଇଛେ ମୁଢ଼ି ମିକ୍ସଚର

ଲାଠୋର, ୪ା୧୨ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଗାଁର ପରୀକ୍ଷିତ ବାଗ (୪୨)। ମାଏକିନା ଭୂମିସୂତା, ଝି’ ମୁକ୍ତାଦେଇ, ଦୁଇପୁଓ ସୁରେଶ ଆର ପାର୍ଥକେ ନେଇ ତାକର ସଁସାର। ଜମିବାଡି କିଛି ନାଇଁ, ମୂଲରୁ ସୁଖ୍‌ବାସୀ ଆଏ। ଗଁାର ବଁଧ୍‌ମୁଡ଼େ ଥିବାର ଜଲ୍‌ଚର ଜମିରେ କୁରିଆଟେ କରି କୁଟୁମବସିଆ ମୁଡ଼ ଗୁଁଜିଛନ୍‌। ପରହର କାମ୍‌ବୁତା କରି ଯାହା ରୁଜଗାର ହେଉଛେ ସେଥ୍‌ରେ କୁଟୁମଟା ଚଲୁଛନ୍‌। ଇ ଅଲପ୍‌ କମାନୀରେ କୁଟୁମ୍‌ ପୁଷବାରଟା ବହୁତ ଭିଡ଼ ପଡ଼ିଯାଉଛେ। ସେଥିରଲାଗି ପରୀକ୍ଷିତ ଧାରଉଧାର କରି ଗୁଟେ ଠେଲା ଘିନି ସେଥ୍‌ରେ ପଡ଼ାପଡ଼ା ବୁଲି ମୁଢ଼ି ମିକ୍ସଚର ବିକୁଛନ୍‌। ଫିଦିନ୍‌ ମୁଢ଼ି ମିକ୍ସଚର ସାମାନରେ ପାଖାପାଖି ୫ଶହ ଟଁକା ଖରଚ୍‌ କରୁଥିଲାବେଲେ ୨ଶହ ଟଁକା ଲାଭ୍‌ ହେଉଥିବାର ସେ କହିଛନ୍‌। ସେ ଟଁକାରେ ପରିବାର ଚଲବାର ସଂଗେ ପିଲାଛୁଆକର ପାଠ୍‌ପଢ଼ା ବି ଚାଲିଛେ। ହେଲେ ଆଏଜ୍‌କାଲି ଲୋକ୍‌ ଭିନେ ଭିନେ କିସମର ଫାଷ୍ଟଫୁଡ ଖାଏବାକେ ପସନ୍‌ କରବାର ଲାଗି ମୁଢ଼ି ମିକ୍ସଚରରୁ ଅଧ୍‌କା ଲାଭ ନାଇଁ ହେବାର ବଲି ସେ କହିଛନ୍‌। ଏହେଦ୍‌କା ସେ ମାସିକ ରୁଜଗାର କରୁଥିବାର ୬ ହଜାର ଟଁକା ଆର ପଁଚେତ୍‌ରୁ ମିଲୁଥିବାର ୨୫ କେ.ଜି. ଚାଉଳ ତାକର ପରିବାରକେ ବଁଚ୍‌ବାର ରାହା ଦେଖେଇଛେ। ହେଲେ ପରଶାସନ ଆମର ପରିବାର ଉପରେ ଦୁରୁଷ୍‌ଟି ଦେଇ ଆବାସ ଯୋଜନାରେ ଘରଖଁଡ଼େ ଆର ବେଉସା ବଢ଼ାବାର ଲାଗି କେହେନ୍‌ସି ପରକାର ରୁଣ ଗୁଟେ ଯୁଗେଇ ଦେଲେ ପରିବାରଟା ଆରାମରେ ଚଲତୁଁ ବଲି ପରୀକ୍ଷିତ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri