ବଅଁରପାଳ ପୋଲିସ ଜାଲରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ: କାର୍‌, ଲୁଟ୍‌ ସାମଗ୍ରୀ ଜବତ

ଅନୁଗୋଳ ଅଫିସ, ୧୩।୧:  ଅନୁଗୋଳ ଜିଲା ବଅଁରପାଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ। ସେମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାର ଟାଟା ନୋନିଆ (୨୭), କୀର୍ତ୍ତନ ନୋନିଆ (୪୦), ଝାଡ଼ଖଣ୍ଡ ସାହେବ୍‌ଗଞ୍ଜ ଜିଲାର ଚନ୍ଦନ ମାଥୋ (୨୨)। ଅନ୍ୟ ଦୁଇଜଣ ନାବାଳକ। ସେମାନଙ୍କ ବୟସ ୧୨ ବର୍ଷ ମଧ୍ୟରେ ହେବ ବୋଲି ପୋଲିସ କହିଛି। ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ କାର୍‌, ୮ ମୋବାଇଲ, ଛୁରି, ୩୫ ହଜାର ଟଙ୍କା, ସୁନାମୁଦି ଜବତ କରାଯାଇଥିବା ଥାନାଧିକାରୀ ସୁନୀଲ କୁମାର କର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ଜାନୁୟାରୀ ୧୦ ସନ୍ଧ୍ୟାରେ ତଳମୂଳ ଗ୍ରାମର ଚିତ୍ତରଞ୍ଜନ ଧଳବିଶୋଇ ମହୀଧରପୁର ଛକରୁ ଘରକୁ ଫେରୁଥିବାବେଳେ ତଳମୂଳ କଲେଜ ନିକଟରେ ସମ୍ପୃକ୍ତ ଲୁଟେରା ଗ୍ୟାଙ୍ଗର ଶିକାର ହୋଇଥିଲେ। ଏ ନେଇ ଥାନାରେ ନଂ. ୧୧/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ପୋଲିସ ଲୁଟେରା ଗ୍ୟାଙ୍ଗର କାର୍ଯ୍ୟକଳାପ ଉପରେ ନଜର ରଖିଥିଲା। ଏହାପରେ ସେମାନେ ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅଧିକ ତଥ୍ୟ ହାସଲ କରିବାକୁ ସେମାନଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri