ବଅଁରପାଳ, ୨୨।୬ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮ ଏପ୍ରିଲ ଠାରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଏହି ଚିହ୍ନଟ ହୋଇଥିଲା। ୨୦୧୭-୧୮ରେ ୪୪ ଜଣ କୁଷ୍ଠ ରୋଗୀ ଚିହ୍ନଟ ହୋଇଥିବାବେଳେ ଚଳିତ ବର୍ଷ ରୋଗୀ ସଂଖ୍ୟା ବୃଦ୍ଧି ପାଇଛି। ୨୦୧୮ ଏପ୍ରିଲରେ ୪ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ମେ’ରେ ୩ ଜଣ, ଜୁନ୍ରେ ୫, ଜୁଲାଇରେ ୨, ଅଗଷ୍ଟରେ ୨ ଜଣ, ସେପ୍ଟେମ୍ବରରେ ୧, ଅକ୍ଟୋବରରେ ୩୦, ନଭେମ୍ବରରେ ୬, ୨୦୧୯ ଜାନୁୟାରୀରେ ୩, ଫେବୃୟାରୀରେ ୨୭ ଜଣ, ମାର୍ଚ୍ଚ ୭ ଜଣଙ୍କୁ ଚିହ୍ନଟ କରାଯାଇଛି। ତେବେ ନାଲକୋ ଅଞ୍ଚଳରେ ସର୍ବାଧିକ ୨୫ ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଥିବାବେଳେ ଜରାସିଂହା, ଶାକସିଂହା, ବଳରାମପ୍ରସାଦ, ବନ୍ଦା, ନୂଆହତା, ତଳମୂଳ ସମେତ ଆଉ କେତେକ ଅଞ୍ଚଳରେ କୁଷ୍ଠ ରୋଗୀ ଥିବା ଜଣାପଡ଼ିଛି। ରୋଗୀ ଏକ ବର୍ଷ ମଧ୍ୟରେ ଔଷଧ ଖାଇଲେ ରୋଗ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇପାରିବ ବୋଲି ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ସ୍ବଳ୍ପ ଜୀବାଣୁଗ୍ରସ୍ତ ରୋଗୀ ୬ ମାସ ଔଷଧ ଖାଇଲେ ଏହି ରୋଗ ଭଲ ହେବ। ତେବେ ୪୦ ଜଣ ପୁରୁଣା ରୋଗୀ ଏବେ ଚିକିତ୍ସାଧୀନ ଅଛନ୍ତି। ମାତ୍ର ଅଞ୍ଚଳରେ ଆହୁରି ଅନେକ ରୋଗୀ ରହିଥିବା ସନ୍ଦେହ କରାଯାଉଛି। ଏହି ରୋଗର ନିରାକାରଣ ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। କାନ୍ଥ ବାଡ଼ରେ ସଚେତନତା ବାର୍ତ୍ତାମାନ ଲେଖାଯାଉଛି। ହେଲେ ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କାନ୍ଥରେ ଲେଖାଯାଇଥିବା ସଚେତନତା ବାର୍ତ୍ତା ଦୀର୍ଘ ଦିନ ହେଲା ଲିଭି ଯାଇଥିବାବେଳେ ଏହାକୁ ପୁନର୍ବାର ଲେଖା ଯାଉନାହିଁ। ଏ ସମ୍ପର୍କରେ ବ୍ଲକ ନୋଡାଲ ଲେପର୍ସି ଅଧିକାରୀ ସୁମନ୍ତ କୁମାର ରାଉତ କୁହନ୍ତି, ବହୁ ରୋଗୀ ଔଷଧ ଖାଇ ଭଲ ହେଲେଣି। ପୂର୍ବ ଅପେକ୍ଷା ରୋଗୀମାନଙ୍କ ସଂଖ୍ୟା କମୁଛି। ତେବେ ଡାକ୍ତରଖାନା କାନ୍ଥରେ ଲେଖାଯାଇଥିବା ସଚେତନତା ବାର୍ତ୍ତା ନିର୍ବାଚନ ସମୟରେ ଲିଭି ଯାଇଛି। ପୁଣି ଏଗୁଡ଼ିକ ଲେଖାଯିବ ବୋଲି ସେ କହିଛନ୍ତି।
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
Archives


