Posted inପୁରୀ

ବଉଲାଙ୍ଗ ପଞ୍ଚାୟତ ଶଟଡାଉନ୍‌ କଲେ ସରପଞ୍ଚ

ଗୋପ,୧୯।୫(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏ ନେଇ ଜିଲାବାସୀ ଭୟରେ ଥିବାବେଳେ ଗୋପ ବ୍ଲକ ଅଞ୍ଚଳରେ ପୁଣି ୪ ସୁରଟ ଫେରନ୍ତାଙ୍କ ପଜିଟିଭ ବାହାରିଥିବା ବିଡିଓ ଦୀପ୍ତିରାଣୀ ଦାସ ସୂଚନା ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଧୂମାଳ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟର ଥିବାବେଳେ ଅନ୍ୟ ୩ ଜଣ ବଉଲାଙ୍ଗ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଏମାନଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ୪ଜଣଙ୍କୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ପଠାଯାଇଛି। ତେବେ ବଉଲାଙ୍ଗ ପଞ୍ଚାୟତରେ ଏକାସଙ୍ଗେ ୩ ସଂକ୍ରମିତ ହୋଇଥିବାରୁ ସରପଞ୍ଚ କମଳାକାନ୍ତ କୁଅଁର ଜିଲାପାଳ କ୍ଷମତା ପ୍ରୟୋଗ କରି ମଙ୍ଗଳବାର ପଞ୍ଚାୟତକୁ ଶଟଡାଉନ ଘୋଷଣା କରିଛନ୍ତି। ଅନ୍ୟପଟେ ଏହି ବ୍ଲକ ଅଞ୍ଚଳରେ ଥିବା ୭୧ଟି କ୍ବାରାଣ୍ଟାଇନ ସେଣ୍ଟରରେ ଥିବା କେତେଜଣ ପ୍ରବାସୀଙ୍କ ସ୍ବାବ ଟେଷ୍ଟ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆଜି ହେରାପଞ୍ଚମୀ -ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ,୨୦।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri