ବଉଳମାଳା ପଥର ବୋଝେଇ ଟ୍ରକ୍‌ ଜବତ ଏସ୍‌କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ ଜେଲ ଗଲେ

ରଣପୁର,୨୪ା୯(ସ୍ବ.ପ୍ର.): ପଡୋଶୀ ଗଞ୍ଜାମ ଜିଲାକୁ ଚୋରାରେ ଚାଲାଣ ହେଉଥିବା ବଉଳମାଳା ପଥର ବୋଝେଇ ୪୦୭ ଟ୍ରକ୍‌କୁ ରଣପୁର ପୋଲିସ ଜବତ କରିଛି। ଏହି ଘଟଣାରେ ଏସ୍‌କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ଜଣଙ୍କୁ ଗିରଫ କରି ପୋଲିସ ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫମାନେ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଭୋଗପୁର ଗଁାର ରାଜ କିଶୋର ପାଲଟାସିଂହ(୩୫), କବିରାଜ କନ୍ନହର ସିଂ (୩୦), ବିକାଶ ଜୟ ରଣସିଂହ(୩୭), ପବିତ୍ର ମାର୍ଥା (୩୧) ଓ ଉମାକାନ୍ତ କନ୍ନହର ସିଂ(୨୭)। ପ୍ରାପ୍ତ ସୂଚନା ଅନୁସାରେ ଓଡି୦୨ଏଡବ୍ଲ୍ୟୁ ୦୩୦୧ନଂ. ବିଶିଷ୍ଟ ୪୦୭ ଟ୍ରକରେ ୧୬୦ ପିସ୍‌ ବଉଳମାଳା ପଥର ବୋଝେଇ ହୋଇ ଜଙ୍କିଆ ଥାନାର ଭୋଗପୁରରୁ ଗଞ୍ଜାମ ଜିଲାକୁ ଯାଉଥିଲା। ଏହି ଟ୍ରକକୁ ଏସ୍‌କର୍ଟ ଦେଇ ଓଡି୩୩ବି-୫୦୬୨ନଂ.ର ବୁଲେଟ୍‌ ମଧ୍ୟ ଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଥାନା ଆଇଆଇସି ରଶ୍ମିରଞ୍ଜନ ଦାଶ, ସବ୍‌ଇନ୍ସପେକ୍ଟର ପ୍ରୀତି ପ୍ରକାଶ ମହାନ୍ତିଙ୍କ ସମେତ ପୋଲିସ ଟିମ୍‌ ଏହି ଦୁଇ ଗାଡିକୁ ରବିବାର ରାତିରେ ସାନଗଡଠାରେ ଅଟକାଇ ନିଜ ହେପାଜତକୁ ନେଇଥିଲେ। ପୋଲିସ ୫ଜଣଙ୍କୁ ଗିରଫ କରି ସେମାନଙ୍କଠାରୁ ୫ ମୋବାଇଲ, ୧୨,୫୦୦ ଟଙ୍କା ଜବତ କରିଛି। ରଣପୁର ଥାନାରେ ଏ ନେଇ ଆଇପିସି ଦଫା ୩୭୯, ୪୧୧, ୩୪ରେ ମାମଲା (ନଂ.୧୯୮/୧୯) ରୁଜୁ ହୋଇଛି। ଖୋର୍ଦ୍ଧା ଜିଲାର ଭୋଗପୁରସ୍ଥିତ ପୁରୀ ଜଗନ୍ନାଥ ମହାପ୍ରଭୁଙ୍କ ମୁଣ୍ଡିଆରୁ ବେଆଇନ ଭାବେ ବଉଳମାଳା ପଥର ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଚାଲାଣ ହୋଇଆସୁଥିବା ପୋଲିସ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri