ବଏସ୍‌ ୭୦: ଭତାର ଲାଗି ଫର୍ମ ଭରି ନିହାଲ

ଅତାବିରା, ୧୯।୬ (ଡି.ଏନ.ଏ): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗଁାନୁ ସହର ତକ୍‌ ବାସ କରୁଥିବାର ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ, ବଧୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ କେତେ ଜାଗାରେ ଅଧ୍‌କାରୀ, କରମ୍‌ଚାରୀକର ଦାଇତିଅହୀନତାର ଲାଗି ଅନେକ୍‌ ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଘଟନାର ଜିଁତା ଜାଗ୍‌ତା ଉଦାହରନ୍‌ ହେଉଛନ୍‌ ବରଗଡ଼ ଜିଲା ଭେଡ଼େନ ବ୍ଲକ ଡାଲବ ପଁଚେତ୍‌ର ବାନିପାଲି କନ୍ଧପଡ଼ାର ସୁକାନ୍ତୀ ମାଝି(୭୦)।
ସୂଚନା ଅନ୍‌ସାରେ କନ୍ଧପଡ଼ାର ବୁରୁଧ ବିଧବା ସୁକାନ୍ତୀ ମାଝିକଁର ବଏସ୍‌ କେଭୁ ୬୦ ଟପିଯାଇଛେ। ହେଲେ ସେ ବୁଢ଼ାବୁଢ଼ି ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଇଆଡ଼େ ଆପ୍‌ନେ ଅନେକ ବଛର ହେଲା ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ସୁକାନ୍ତୀ ନିସାହା ଜୀବନ୍‌ ବିତଉଛନ୍‌। ଇ ବାବ୍‌ଦେ ସୁକାନ୍ତୀକୁଁ ପଚରାଲାରୁ ଅନେକ ଥର ଭତାର ଲାଗି ଫର୍ମ ଭରି ପଁଚେତ୍‌ରେ ଦେଇଛେଁ ହେଲେ ଆଏଜ୍‌ତକ ଭତା ନୁହେମିଲେ ବିଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ ଡାଲବ ସରପଁଚ୍‌ ଶୈଳେଶ୍ରୀ ଡନସନାକୁଁ ପଚରାଲରୁ ଦରକାରୀ କାଗଜପତର ଦେଲେ ବିଧବା ଭତା ଯୁଗେଇ ଦେବାର ଦିଗେ ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri