ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି ଶୁକ୍ରବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ମେଡିକାଲରେ ପରିମଳ ବ୍ୟବସ୍ଥା ବିଗିଡ଼ିଯାଇଛି। ଗତ ଫେବୃୟାରୀରୁ ଆଜିପର୍ଯ୍ୟନ୍ତ ସେମାନଙ୍କୁ ଦରମା ପ୍ରଦାନ କରାଯାଇ ନ ଥିବାରୁ ଏହି ଆନ୍ଦୋଳନ କରାଯାଇଛି। କର୍ତ୍ତୃପକ୍ଷ ସମାଧାନ ନିମନ୍ତେ ଧାରଣାସ୍ଥଳକୁ ଆସିଥିବାବେଳେ ମଧ୍ୟ ଆଲୋଚନା ବିଫଳ ହୋଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ଧାରଣା ଜାରି ରହିଥିବା ଜଣାଯାଇଛି। ଏଥିପୁର୍ବରୁ ଉକ୍ତ କର୍ମଚାରୀମାନେ ବହୁବାର ଆନ୍ଦୋଳନ କରିଥିବାବେଳେ ମେଡିକାଲ କର୍ତ୍ତୃପକ୍ଷଙ୍କ ସେମାନଙ୍କୁ ବାରମ୍ବାର ପ୍ରତିଶ୍ରୁତି ଦେଇ ଆସୁଛନ୍ତି। ନାମକୁମାତ୍ର ଗୋଟିଏ ମାସର ଦରମା ଦେଇ କର୍ମଚାରୀମାନଙ୍କୁ ଭୁଆଁ ବୁଲାଉଥିବା ଆନ୍ଦୋଳନକାରୀମାନେ କହିଛନ୍ତି। ସୁରକ୍ଷାକର୍ମୀ, ଝାଡୁଦାର ଓ ସହାୟିକାମାନଙ୍କ ଧାରଣାକୁ ସମର୍ଥନ କରି ମେଡିକାଲ ସମ୍ମୁଖରେ କଂଗ୍ରେସର ଜିଲା କାର୍ଯ୍ୟକାରୀ ସଭାପତି ରୂପକ କୁମାର ତୁରକ, ପୂର୍ବତନ ପୌରାଧ୍ୟକ୍ଷ ଭଗବାନ ବାହିନୀପତି, ଜିଲା ଏସ୍‌ସି ସେଲର ସଭାପତି ରମେଶ ବାଖ୍ୟାଙ୍କ ସମେତ ଜିଲା ବିକାଶ ମଞ୍ଚର ଶେଷାଦ୍ରୀ ପାଣିଗ୍ରାହୀ ପ୍ରମୁଖ ଏହି ଧାରଣାରେ ବସିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri