ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ ଗତ ୨୦୧୭ ବର୍ଷରେ ନୂତନ ଦରମା ଦେବା ପରେ, ୨୦୧୬ ପହିଲାରୁ ୨୦୧୭ ଅକ୍ଟୋବର ପର୍ଯ୍ୟନ୍ତ ବର୍ଦ୍ଧିତ ଦରମାର ବକେୟା ବାବଦ ପ୍ରାପ୍ୟରୁ କର୍ମଚାରୀମାନେ ମାତ୍ର ୪୦ ପ୍ରତିଶତ ପାଇଛନ୍ତି। ଇତି ମଧ୍ୟରେ ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ ୬୦ ପ୍ରତିଶତ ବକେୟା ଦରମା କର୍ମଚାରୀମାନେ ପାଇନାହାନ୍ତି। ଅପରପକ୍ଷରେ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ପାଇଁ ଚଳିତ ବର୍ଷର ଜୁଲାଇ ଡୋଜ୍‌ ବାବଦକୁ ୫ ପ୍ରତିଶତ ମହଙ୍ଗା ଭତ୍ତା ଦେଇସାରିଛନ୍ତି। ହେଲେ ରାଜ୍ୟ ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ତାହା ହୋଇ ନ ଥିବା କେତେକ କର୍ମଚାରୀ କହିଛନ୍ତି। ତେଣୁ ସରକାର ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି କର୍ମଚାରୀମାନେ ଆଶା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri