ବକ୍ସ ଅଫିସ୍‌ ରେକର୍ଡ ଭାଙ୍ଗୁଛି ଭାଇଜାନଙ୍କ ଫିଲ୍ମ ‘ଭାରତ’

ମୁମ୍ବାଇ,୭।୬: ଦବଙ୍ଗ ଖାଁଙ୍କ ଫିଲ୍ମ ‘ଭାରତ’ ପରଦାରେ ରିଲିଜ୍‌ ହୋଇସାରିଛି। ଇଦ୍‌ ଅବସରରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମ ଏବେ ବକ୍ସ ଅଫିରେ ରେକର୍ଡ ଭାଙ୍ଗୁଛି। ଏହି ଫିଲ୍ମକୁ ପ୍ରଶଂସକଙ୍କ ଭଲ ରେସପନ୍ସ ମିଳିବାରେ ଲାଗିଛି। ରିଲିଜ୍‌ର ଓପ୍‌ନିଙ୍ଗ ଦିନରୁ ଫିଲ୍ମ ଭାରତ ଭଲ ବ୍ୟବସାୟ କରି ବହୁ ରେକର୍ଡ ହାତେଇଥିବା ଜଣାପଡ଼ିଛି। ଟ୍ରେଡ ଆନାଲିସିସ୍‌ ଅନୁସାରେ ଦ୍ୱୀତିୟ ଦିନରେ ଫିଲ୍ମ ୩୧କୋଟି ଟଙ୍କା ଆୟ କରିଛି। ଏହାକୁ ମିଶାଇ ଏବେ ପର୍ଯ୍ୟନ୍ତ ଫିଲ୍ମ ବକ୍ସ ଅଫିସରେ ୭୩.୩୦କୋଟି ଟଙ୍କା ଆୟ କରିସାରିଲାଣି। ତେବେ ଫିଲ୍ମର ସଫଳତାକୁ ଦେଖିଲେ ଅନୁମାନ କରାଯାଉଛି ୩ଦିନ ଭିତରେ ଏହା ଶହେ କୋଟି ପାର କରିଦେବ। ପ୍ରଥମ ଦିନର ଆୟ ସହ ଫିଲ୍ମ ଭାରତ, ସଲମାନ, କଟ୍ରିନା ଓ ଅଲ୍ଲୀ ଅବ୍ବାସ ଜଫରଙ୍କ କ୍ୟାରିୟରର ଏବେ ପର୍ଯ୍ୟନ୍ତ ସବୁଠାରୁ ବଡ଼ ଓପନର୍‌ ବୋଲି ଚର୍ଚ୍ଚା ହେଉଛି। ଏଥିସହ ଏହି ଫିଲ୍ମ ଚଳିତ ବର୍ଷର ଦ୍ୱିତୀୟ ସବୁଠାରୁ ବଡ଼ ଅପନର୍‌ ଭାବେ ସାମ୍‌ନାକୁ ଆସିଛି। ପ୍ରଥମ ନମ୍ବରରେ ହଲିଉଡର ଫିଲ୍ମ ଏଭେଞ୍ଜର୍ସ ଏଣ୍ଡଗେମ୍‌ ରହିଛି। ଏହି ଫିଲ୍ମକୁ ସାରା ଦେଶରେ ୪ଟି ଭାଷାରେ ରିଲିଜ୍‌ କରାଯାଇଥିଲା। ଏଣ୍ଡଗେମ ପ୍ରଥମ ଦିନରେ ୫୩କୋଟି ଟଙ୍କା ଆୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri