Posted inଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହାର ଇତିହାସ

ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର ମେଲବର୍ନ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍‌ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍‌ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍‌ରେ କ୍ରିସ୍‌ମାସ ପରଦିନ ଅର୍ଥାତ୍‌ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍‌ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍‌କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri