Posted inଖେଳ

ବକ୍ସିଂ ଡେ ଟେଷ୍ଟ: ହେଡ୍‌ଙ୍କ ଶତକ, ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମେଲବୋର୍ନ.୨୭।୧୨(ଏଏଫ୍‌ପି)- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡଙ୍କ ଶତକ ଓ ପରେ ବୋଲରଙ୍କ ପ୍ରାରମ୍ଭିକ ସଫଳତା ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ସ୍ଥିତି ଦୃଢ଼ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୫୫.୧ ଓଭରରେ ୪୬୭ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ନ୍ୟୁଜିଲାଣ୍ଡ ପ୍ରାରମ୍ଭିକ ବିପର୍ଯ୍ୟୟର ଶିକାର ହୋଇ ଶୁକ୍ରବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୮ ଓଭରରେ ୨ ଉଇକେଟ ହରାଇ ୪୪ ରନ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡ ୮ ଉଇକେଟ ହାତରେ ରଖି ଏବେ ୪୨୩ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଟମ୍‌ ଲଥାମ ୯ ଓ ଅଭିଜ୍ଞ ରସ ଟେଲର ୨ ରନ କରି ଅପରାଜିତ ରହିଛନ୍ତି। ଅନ୍ୟତମ ଓପନର ଟମ୍‌ ବ୍ଲଣ୍ଡେଲ ୧୫ ଓ ଅଧିନାୟକ କେନ୍‌ ଓ୍ବିଲିୟମସନ ୯ ରନ କରି ଉଇକେଟ କିପର ଟିମ୍‌ ପେନ୍‌ଙ୍କୁ କ୍ୟାଚ୍‌ ଦେଇ ଯଥାକ୍ରମେ ପ୍ୟାଟ୍‌ କୁମିନ୍ସ ଓ ଜେମ୍ସ ପାଟିନସନଙ୍କ ଦ୍ୱାରା ଆଉଟ ହୋଇଛନ୍ତି।
ଓଭରନାଇଟ୍‌ ସ୍କୋର ୨୫୭/୪ରୁ ଖେଳ ଆରମ୍ଭ କରି ଅଷ୍ଟ୍ରେଲିଆ ଅଲଆଉଟ ହୋଇଥିଲା। ଅପରାଜିତ ଥିବା ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ୨୫ ରନରୁ ଖେଳ ଆରମ୍ଭ କରି ୧୧୪ ରନର ଶତକୀୟ ପାଳି ଖେଳି ନେଲ ଓ୍ବାଗନରଙ୍କ ବଲ୍‌ରେ ମିଚେଲ ସାଣ୍ଟନରଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏଥିସହିତ ହେଡ୍‌ କ୍ୟାରିୟର ଦ୍ୱିତୀୟ ଟେଷ୍ଟ ଶତକ ହାସଲ କରି ସମାଲୋଚକଙ୍କୁ ଚୁପ୍‌ କରିଛନ୍ତି। ସେହିପରି ୭୭ ରନରୁ ଖେଳ ଆରମ୍ଭ କରି ନିର୍ଭରଯୋଗ୍ୟ ଷ୍ଟିଭ୍‌ ସ୍ମିଥ୍‌ ୮୫ ରନ କରି ହେନେରୀ ନିକୋଲ୍ସଙ୍କୁ କ୍ୟାଚ୍‌ ଦେଇ ଓ୍ବାଗନର ଶିକାର ହୋଇଥିଲେ। ସେହିପରି ପେନ୍‌ ମଧ୍ୟ ୭୯ ରନର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେ ସପ୍ତମ ଟେଷ୍ଟ ଅର୍ଦ୍ଧଶତକ ହାସଲ କରିଥିଲେ। ହେଡ ଓ ପେନ୍‌ ଷଷ୍ଠ ଉଇକେଟ ଯୋଡିରେ ୧୫୦ ରନ ସଂଗହ କରି ନ୍ୟୁଜିଲାଣ୍ଡ ବୋଲରଙ୍କୁ ନିରାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମିଚେଲ ଷ୍ଟାର୍କ ୧, ନାଥନ ଲିୟନ ୧ ଓ କୁମିନ୍ସ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ପାଟିନସନ ୧୪ ରନ କରି ଅପରାଜିତ ରହିଥିଲେ। ଏକଦା ୫ ଉଇକେଟ ହରାଇ ଅଷ୍ଟ୍ରେଲିଆ ଚା’ପାନ ବିରତି ସୁଦ୍ଧା ୪୩୧ ରନ କରି ଦୃଢ଼ ସ୍ଥିତିରେ ଥିଲା। ତେବେ ଏହାପରେ ଦଳ ମାତ୍ର ୯ ଓଭରରେ ୩୬ ରନରେ ବାକି ୫ ଉଇକେଟ ହରାଇ ଅଲଆଉଟ ହୋଇଥିଲା। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଓ୍ବାଗନର ସର୍ବାଧିକ ୪, ଟିମ୍‌ ସୌଦି ୩, କଲିନ ଡି ଗ୍ରାଣ୍ଡହୋମ ୨, ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଉଲ୍ଲେଖଥାଉ କି, ପର୍ଥରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୯୬ ରନରେ ପରାସ୍ତ ହୋଇ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ପଛରେ ପଡିଛି।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୫୫.୧ ଓଭରରେ ୪୬୭ ରନରେ ଅଲଆଉଟ
(ହେଡ୍‌-୧୧୪, ସ୍ମିଥ୍‌- ୮୫, ପେନ- ୭୯, ଲାବୁସେନ- ୬୩, ଓ୍ବାର୍ନର- ୪୧, ମାଥ୍ୟୁ ଓ୍ବେଡ- ୩୮, ଓ୍ବାଗନର- ୪/୮୩, ସୌଦି- ୩/୧୦୩, ଗ୍ରାଣ୍ଡ ହୋମ- ୨/୬୮, ବୋଲ୍ଟ- ୧/୯୧)।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୮ ଓଭରରେ ୪୪/୨
(ଲଥାମ- ୯*, ଟେଲର- ୨*, ବ୍ଲଣ୍ଡେଲ- ୧୫, ଓ୍ବିଲିୟମସନ-୯, କୁମିନ୍ସ- ୧/୮, ପାଟିନସନ- ୧/୯)।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri