Posted inଖେଳ

ବକ୍ସିଂ ବିଶ୍ୱକପ: ପଙ୍ଘାଲଙ୍କୁ ସ୍ବର୍ଣ୍ଣ, ସତୀଶଙ୍କୁ ରୌପ୍ୟ

ନୂଆଦିଲ୍ଲୀ,୨୦।୧୨(ପି.ଟି.): ଜର୍ମାନୀର କଲୋନେଠାରେ ଚାଲିଥିବା ବକ୍ସିଂ ବିଶ୍ୱକପରେ ଶନିବାର ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଭାରତର ଅମିତ ପଙ୍ଘାଲ ୫୨ କେ.ଜି. ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି +୯୧ କେ.ଜି. ବର୍ଗରେ ସତୀଶ କୁମାର ରୌପ୍ୟ ପଦକ ଜିତିଛନ୍ତି।
ଫାଇନାଲ ବାଉଟ୍‌ରେ ଅବତୀର୍ଣ୍ଣ ନ ହୋଇ ପଙ୍ଘାଲ ସ୍ବର୍ଣ୍ଣ ଜିତିଛନ୍ତି। କାରଣ ଜର୍ମାନୀର ଅର୍ଗିଷ୍ଟି ଟେରଟେରିୟାନ ତାଙ୍କୁ ଓ୍ବାକ୍‌ଓଭର ଦେଇଥିଲେ। ଅନ୍ୟପଟେ ଫ୍ରାନ୍ସର ଜାମିଲି ଡିନି ମେଇଣ୍ଡେଜଙ୍କୁ ସେମିଫାଇନାଲରେ ପରାସ୍ତ କରିଥିବା ସତୀଶ ଇଞ୍ଜୁରି କାରଣରୁ ଫାଇନାଲ ବାଉଟ୍‌ରେ ଅବତୀର୍ଣ୍ଣ ହୋଇ ନ ଥିଲେ ଓ ତାଙ୍କୁ ରୌପ୍ୟରେ ସନ୍ତୁଷ୍ଟ ହେବାକୁ ପଡିଛି। ଫଳରେ ଜର୍ମାନୀର ନେଲେଭିଏ ଟିଆଫାକ୍‌ ସ୍ବର୍ଣ୍ଣ ପଦକ ପାଇଛନ୍ତି।
ସେହିପରି ମହିଳା ବିଭାଗରେ ଭାରତର ସାକ୍ଷୀ ଓ ମନୀଷା ୫୭ କେ.ଜି. ବର୍ଗ ଫାଇନାଲରେ ପରସ୍ପରକୁ ଭେଟିବେ। ସେମିରେ ମନୀଷା ଦୁଇଥର ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜୟିନୀ ନିଜ ଦେଶରେ ସୋନିଆ ଲାଥରଙ୍କୁ ୫-୦ରେ ହରାଇଥିଲେ। ସେହିପରି ସାକ୍ଷୀ ସେମିରେ ଜର୍ମାନୀର ରାମୋନା ଗ୍ରାଫ୍‌ଙ୍କୁ ୪-୧ରେ ହରାଇ ଫାଇନାଲକୁ ଉଠିଥିଲେ। ତେବେ ଏସିଆନ ଗେମ୍ସ ବ୍ରୋଞ୍ଜ୍‌ ପଦକ ବିଜୟିନୀ ପୂଜା ରାଏ ବ୍ରୋଞ୍ଜ ପଦକ ପାଇଛନ୍ତି। ସେହିପରି ହୁସାମୁଦ୍ଦିନ ଓ ଗୌରବ ସୋଲାଙ୍କି ପୁରୁଷ ୫୭ କେ.ଜି. ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ଇଭେଣ୍ଟରେ ଭାରତ ସମେତ ବେଲଜିୟମ, କ୍ରୋଏସିଆ, ଫ୍ରାନ୍ସ, ମୋଲଡୋଭା, ନେଦରଲାଣ୍ଡ୍ସ, ପୋଲାଣ୍ଡ ଓ ୟୁକ୍ରେନ୍‌ର ବକ୍ସରମାନେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri