ଭୋପାଳ,୧୭।୧୦: ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଦ୍ୱାରା ଜାରି କରାଯାଇଥିବା ପ୍ରତିଶ୍ରୁତି ନୋଟକୁ ମହାମିଛ ପତ୍ର ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି। ଆଜି କଂଗ୍ରେସର ମାନିଫେଷ୍ଟୋ ଜାରି ଉପରେ ନିଜର ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଏହା କଂଗ୍ରେସର ଏକ ବଚନ ପତ୍ର ନୁହେଁ, ମହାମିଛ ପତ୍ର। ପାଞ୍ଚ ବର୍ଷ ପୂର୍ବେ ମଧ୍ୟ କଂଗ୍ରେସ ୯୦୦ ରୁ ଅଧିକ ପ୍ରତିଶ୍ରୁତି ଦେଇଥିଲା, ସେଥିମଧ୍ୟରୁ ୯ଟି ମଧ୍ୟ ପୂରଣ ହୋଇ ନ ଥିଲା। କଂଗ୍ରେସ କେବଳ ଗୋଟିଏ ନୁହେଁ, ଅନେକ ପ୍ରତିଶୃତି ଦେଇଥିଲା, ଯାହା ସବୁ ମିଥ୍ୟା ହୋଇଯାଇଥିଲା। ଆଜି କଂଗ୍ରେସ ପୁଣି ଥରେ ଏକ ବଡ ମିଛ ପତ୍ର ଉପସ୍ଥାପନ କରିଛି। ଜନସାଧାରଣ ଏହି ମିଥ୍ୟାକୁ ବିଶ୍ୱାସ କରିବେ ନାହିଁ, କାରଣ ଜନସାଧାରଣ ଜାଣନ୍ତି ଯେ ଭାଜପା ଯାହା କହୁଛି ତାହା ପୂରଣ କରେ ଏବଂ ଯାହା କହୁ ନାହିଁ ତାହା ମଧ୍ୟ ପୂରଣ କରେ।
ମଧ୍ୟପ୍ରଦେଶ କଂଗ୍ରେସ ମଙ୍ଗଳବାର ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ମାନିଫେଷ୍ଟୋ ଜାରି କରିଛି। କଂଗ୍ରେସ ଏହାର ମାନିଫେଷ୍ଟୋକୁ ବଚନ ପତ୍ର ଭାବେ ନାମିତ କରିଛି। ଏଥିରେ ୧୦୧ ଗ୍ୟାରେଣ୍ଟି ମଧ୍ୟ ଉଲ୍ଲେଖ କରିଛି।
ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…
ଗୋଟିଏ ଦିନରେ ୩ ଦୁର୍ଘଟଣା
ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…
ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ
ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍ – ବି…
୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ
ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…
U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା
ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍ସ କ୍ଲବ୍ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…
ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍ ପହଞ୍ଚିଲା ପୋଲିସ
ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…
Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…
ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…
ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ…
ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…
Archives

