ବଚସାରୁ ଭୁଜାଲି ମାଡ଼

ବାରିପଦା ଅଫିସ, ୩ା୫- ମୟୂରଭଞ୍ଜ ଜିଲା ବାରିପଦା ହାଟରେ ରବିବାର ସାମାନ୍ୟ ବଚସାରୁ ଭୁଜାଲି ମାଡ଼ରେ ଜଣେ ବ୍ୟକ୍ତି ଗୁରତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପିଆରଏମ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତ ବ୍ୟକ୍ତି ଜଣକ ହେଲେ ସହରର ୨୦ ନଂ. ଓ୍ବାର୍ଡ ବାସିନ୍ଦା ଟେଣ୍ଟ ମୁଖି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ଅପରାହ୍ନ ୨ଟା ସମୟରେ ସ୍ତ୍ରୀ ଭାରତୀଙ୍କ ସହିତ ଟେଣ୍ଟ ବାରିପଦା ହାଟକୁ ସଉଦା କିଣିବାକୁ ଯାଇଥିଲେ। ସେଠାରେ କୌଣସି କାରଣରୁ ଜଣେ ଯୁବକଙ୍କ ତାଙ୍କର ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସମ୍ପୃକ୍ତ ଯୁବକ ଜଣଙ୍କ ଏକ ଭୁଜାଲିରେ ଟେଣ୍ଟଙ୍କୁ ଆକ୍ରମଣ କରିଥିଲେ। ଫଳରେ ଟେଣ୍ଟ ଗୁରୁତର ଆହତ ହୋଇ ସେଠାରେ ପଡ଼ି ଯାଇଥିଲେ। ହାଟରେ ଉପସ୍ଥିତ ଥିବା ଲୋକେ ଏ ନେଇ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଟେଣ୍ଟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପିଆରଏମ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri