ବଜାର ଅଞ୍ଚଳରେ ବଢୁଛି ଟ୍ରାଫିକ ସମସ୍ୟା: ଟ୍ରାଫିକ ପୋଷ୍ଟ ନିର୍ମାଣ ଦାବି

ବୋଲଗଡ଼,୧୩ା୫(ଡି.ଏନ.ଏ.)-୫୭ ନଂ ଜାତୀୟ ରାଜପଥର ବୋଲଗଡ଼ ବ୍ଲକ ରାଜସୁନାଖଳା ବଜାର ଅଞ୍ଚଳରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢ଼ିିବାରେ ଲାଗିଛି। ଟ୍ରାଫିକ୍‌ ଭିଡ଼ ଯୋଗୁ ସର୍ବଦା ବିଶେଷତଃ ଜରୁରିକାଳୀନ ସମୟରେ ଯାତାୟାତକାରୀ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ବଜାର ଉଭୟ ବୋଲଗଡ଼ ଏବଂ ରଣପୁର ବ୍ଲକ ଅଞ୍ଚଳର ଏକ ସଂଯୁକ୍ତ ସ୍ଥଳ ତଥା ଖୋର୍ଦ୍ଧା, ନୟାଗଡ଼ ଜିଲାର ସୀମାନ୍ତରେ ରହିଥିବାରୁ ଉଭୟ ଜିଲା ପାଇଁ ଏକ ପ୍ରମୁଖ ବାଣିଜ୍ୟ କେନ୍ଦ୍ର ଭାବେ ପରିଚିତ। ତେଣୁ ଏଠାରେ ସର୍ବଦା ଗହଳି ଲାଗି ରହିଥାଏ। ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ଆଦି ଅନେକ ସଂସ୍ଥା ଏଠାରେ ରହିଛି। ଉକ୍ତ ଜାତୀୟ ରାଜପଥରେ ଭୁବନେଶ୍ୱରରୁ ପଶ୍ଚିମ ଓଡ଼ିଶା ଅଞ୍ଚଳକୁ ଭାରିଯାନଠାରୁ ଆରମ୍ଭ କରି ଯାତ୍ରୀବାହୀ ବସ୍‌ଗୁଡିକ ବଜାର ଅଞ୍ଚଳ ଦେଇ ଯାତାୟାତ କରନ୍ତି। ଦିନକୁ ଦିନ ଯାନବାହନ ସଂଖ୍ୟା ବଢ଼ିବାରେ ଲାଗିଛି। ଉଲ୍ଲେଖଯୋଗ୍ୟ, ନୂଆ ବସ୍‌ଷ୍ଟାଣ୍ଡଠାରୁ ପୁରୁଣା ବସ୍‌ଷ୍ଟାଣ୍ଡ ଦେଇ ବ୍ୟାଙ୍କ୍‌ ଛକ ଏବଂ କୁମାରୀ ଛକ ଅଞ୍ଚଳରେ ସର୍ବଦା ଟ୍ରାଫିକ ସମସ୍ୟା ଲାଗି ରହିଥିବାରୁ ଜନ ସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହେଉଛି। ତେଣୁ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଏହି ବଜାର ଅଞ୍ଚଳର ଛକ ସ୍ଥାନଗୁଡିକରେ ତୁରନ୍ତ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ କରିବାକୁ ବିଭିନ୍ନ ମହଲରେ ଦାବି ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ମହିଳା ସଶକ୍ତିକରଣ ଜରୁରୀ: ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ…

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ଉପରେ ଏକ…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ…

ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…

ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri