ବଜାରରୁ ୬୩୯୯ କୋଟି କାଢ଼ି ନେଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୨୦-୫: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମେ’ରେ ଅଦ୍ୟାବଧି ଭାରତୀୟ ପୁଞ୍ଜି ବଜାରରୁ ୬୩୯୯ କୋଟି ଟଙ୍କା କାଢ଼ି ନେଇଛନ୍ତି। ସାଧାରଣ ନିର୍ବାଚନ ଫଳାଫଳରେ ଅନିଶ୍ଚିତତା ଏବଂ ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ବିବାଦକୁ ନେଇ ଏଫ୍‌ପିଆଇ ନିରାଶ ଥିବା ଜଣାପଡିଛି। ଏହି କାରଣରୁ ଗତ ୩ ମାସ ହେବ ସେମାନେ ଭାରତୀୟ ପୁଞ୍ଜି ବଜାରରେ ନିବେଶ କରିବାରେ ଲାଗିପଡିଥିଲେ। ସେମାନେ ଏପ୍ରିଲରେ ଉଭୟ ଶେୟାର ଓ ବଣ୍ଡ ବଜାରରେ ମୋଟ ୧୬,୦୯୩ କୋଟି ଟଙ୍କା ନିବେଶ କରିଥିଲେ। ସେହିପରି ସେମାନେ ମାର୍ଚ୍ଚରେ ୪୫,୯୮୧ କୋଟି ଟଙ୍କା, ଫେବୃୟାରୀରେ ୧୧,୧୮୨ କୋଟି ଟଙ୍କା ନିବେଶ କରିଥିଲେ। କିନ୍ତୁ ମେ‘ରେ ସେମାନଙ୍କ ମତ ପରିବର୍ତ୍ତନ ହୋଇଥିଲା ଚିତ୍ର ବଦଳିଯାଇଥିଲା। ଡିପୋଜିଟୋରୀ ତଥ୍ୟ ଅନୁଯାୟୀ ମେ ୧୭ ସୁଦ୍ଧା ଏଫ୍‌ପିଆଇ ୪୭୮୬.୩୮ କୋଟି ଟଙ୍କା ଶେୟାରରୁ ଏବଂ ୧୬୧୨.୬୨ କୋଟି ଟଙ୍କା ବଣ୍ଡ ବଜାରରୁ କାଢ଼ି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri