ବଜେଟ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଭେଟିବେ ମୋଦି ୨୦ରେ ଆଲୋଚନା

ନୂଆଦିଲ୍ଲୀ,୧୫-୬: ବଜେଟ ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ୫ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିବେ। ଦେଶର ଅର୍ଥନୀତିକୁ ତ୍ୱରାନ୍ବିତ କରିବା ତଥା ଅଧିକ ନିଯୁକ୍ତି ସୃଷ୍ଟି ନେଇ ଏହି ବୈଠକରେ ଆଲୋଚନା ହେବ। ତେବେ ଏହି କାରଣରୁ ୨୦ରେ ହେବାକୁ ଥିବା ଜିଏସ୍‌ଟି କାଉନସିଲ୍‌ ବୈଠକ ଦିନକ ପାଇଁ ଘୁଞ୍ଚାଇ ଦିଆଯାଇଛି ବୋଲି ପ୍ରାପ୍ତ ସୂତ୍ରରୁ ପ୍ରକାଶ। ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା ସମସ୍ତ ବିଭାଗର ମୁଖ୍ୟମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ରାଜସ୍ବ ଆୟ ବୃଦ୍ଧି ସହ ଜିଡିପି ହାର ଅଭିବୃଦ୍ଧି ନେଇ ଆଲୋଚନା କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ବଜେଟ ଉପସ୍ଥାପନ କରିବାକୁ ଯାଉଥିବା ବେଳେ ଏବେ ବଜେଟ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ୧୦୦ ଦିନର ଏଜେଣ୍ଡା ନେଇ ମଧ୍ୟ ଆଲୋଚନା କରିବେ। ଏପ୍ରିଲରେ ୧୦୦ଦିନିଆ ଏଜେଣ୍ଡା ପ୍ରସ୍ତୁତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri