Posted inଜାତୀୟ

ବଜେଟ ପୂର୍ବରୁ ମନମୋହନଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୮।୬(ପି.ଟି.):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂଙ୍କୁ ଗୁରୁବାର ତାଙ୍କ ବାସଭବନରେ ଭେଟିଛନ୍ତି। ପି.ଭି. ନରସିଂହ ରାଓଙ୍କ ସରକାରରେ ମନମୋହନ ଅର୍ଥମନ୍ତ୍ରୀ ଥିବାବେଳେ ୧୯୯୧ରେ ଅନେକ ଆର୍ଥିକ ସଂସ୍କାର ଘୋଷଣା କରିଥିଲେ, ଯାହା ଭାରତର ଅର୍ଥନୀତିରେ ଦ୍ରୁତ ଅଭିବୃଦ୍ଧି ଆଣିଥିଲା। ତେବେ ମନମୋହନଙ୍କୁ ସୀତାରାମନ୍‌ ଭେଟିବା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ଅର୍ଥମନ୍ତ୍ରଣାଳୟ ସୂତ୍ରରୁ କୁହାଯାଇଛି। ପାଖାପାଖି ୩ ଦଶନ୍ଧି ଧରି ରାଜ୍ୟ ସଭା ସଦସ୍ୟ ଥିବା ମନମୋହନଙ୍କ କାର୍ଯ୍ୟକାଳ ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ପୂର୍ଣ୍ଣକାଳୀନ ଅର୍ଥମନ୍ତ୍ରୀ ହେବାରେ ସୀତାରାମନ୍‌ ପ୍ରଥମ ମହିଳା। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଅର୍ଥ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri