ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ ଝିଅମାନଙ୍କ ନାମଲେଖା ହାର ପୁଅଙ୍କ ତୁଳନାରେ ଅଧିକ ରହିଛି। ପ୍ରାଥମିକ ଶିକ୍ଷା ସ୍ତରରେ ଝିଅମାନଙ୍କ ହାର ୯୪.୩୨ ପ୍ରତିଶତ ହୋଇଥିବାବେଳେ ପୁଅଙ୍କ ହାର ୮୯.୨୮ ପ୍ରତିଶତ ରହିଛି। ମହିଳାମାନଙ୍କ ଆର୍ଥତ୍କ ବିକାଶ ଲାଗି ସରକାର ଅନେକ ପଦକ୍ଷେପ ନେଇଛନ୍ତି। ମହିଳା ବିଶେଷ କରି ଗର୍ଭବତୀ ଓ ଶିଶୁଙ୍କୁ ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପ୍ରତି ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଅର୍ଥମନ୍ତ୍ରୀ କହିଥିଲେ। ସେହିପରି ଅପପୁଷ୍ଟି ଦୂରୀକରଣ କାର୍ଯ୍ୟକ୍ରମ ଲାଗି ବଜେଟରେ ମୋଟ ୩୫,୬୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପୋଷଣ ଅଭିଯାନ ଯୋଜନାରେ ୬ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁ, କିଶୋରୀ, ଗର୍ଭବତୀ ମହିଳା ଓ ସ୍ତନ୍ୟପାନ କରାଉଥିବା ମହିଳାଙ୍କ ପୁଷ୍ଟିହୀନତା ଯଥେଷ୍ଟ ହ୍ରାସ ପାଇଛି। ଏକ୍ଷେତ୍ରରେ କାର୍ଯ୍ୟ କରୁଥିବା ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଙ୍ଗନବାଡ଼ି କର୍ମୀଙ୍କୁ ଅପପୁଷ୍ଟି ସ୍ଥିତି ସମ୍ପର୍କରେ ତଥ୍ୟ ରଖିବା ଲାଗି ସ୍ମାର୍ଟଫୋନ ଯୋଗାଇ ଦିଆଯାଇଛି।

ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ଝିଅମାନଙ୍କ ବିବାହ ବୟସ ସମ୍ପର୍କରେ ସୁପାରିସ କରିବା ଲାଗି ଏକ ଟାସ୍କଫୋର୍ସ ଖୁବଶୀଘ୍ର ଗଠନ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଛନ୍ତି। ଉଚ୍ଚଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ମହିଳାମାନଙ୍କ ଲାଗି ଅଧିକରୁ ଅଧିକ ସୁଯୋଗ ସୃଷ୍ଟି ହେଉଛି। ତେଣୁ ସେମାନଙ୍କ ମାତୃତ୍ୱ ବୟସ କେତେ ହେବା ଉଚିତ ତାହା ଅନୁଧ୍ୟାନ ପାଇଁ ଟାସ୍କଫୋର୍ସ ଗଠନର ପ୍ରସ୍ତାବ ରହିଛି ବୋଲି ଅର୍ଥମନ୍ତ୍ରୀ କହିଥିଲେ। ଟାସ୍କଫୋର୍ସ ୬ ମାସ ମଧ୍ୟରେ ଏନେଇ ସୁପାରିସ କରିବ। ସରକାର ମହିଳା, ଶିଶୁ ଓ ଅବହେଳିତ ବର୍ଗଙ୍କ କଲ୍ୟାଣ ପ୍ରତି ଅଧିକ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଅପପୁଷ୍ଟି ଦୂରୀକରଣ କାର୍ଯ୍ୟକ୍ରମ ଓ ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ ନିମନ୍ତେ ଅଧିକ ଅର୍ଥ ବ୍ୟବସ୍ଥା କରାଯାଇଛି। ସେହିପରି ଅନୁସୂଚିତ ଜାତି ଓ ପଛୁଆ ବର୍ଗଙ୍କ କଲ୍ୟାଣ ଲାଗି ୮୫,୦୦୦ କୋଟି ଏବଂ ଅନୁସୂଚିତ ଜନଜାତିଙ୍କ ଲାଗି ୫୩,୭୦୦ କୋଟି ଟଙ୍କା ବଜେଟରେ ବ୍ୟୟବରାଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri