ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଘର ଭାଙ୍ଗି ଲୁଟିନେଲେ ଟଙ୍କା, ଖାଦ୍ୟ ସାମଗ୍ରୀ; ଶୀତଦିନେ ଗଛ ତଳେ ଆଶ୍ରୟ ନେଲେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇଙ୍କ ଘରୁ ଲୁଟ୍‌ ହୋଇଛି। ଘରୁ ୭ହଜାର ଟଙ୍କା, ଚାଉଳ, ଗହମ ଆଦି ଖାଦ୍ୟ ସାମଗ୍ରୀ ଲୁଟ୍‌ କରିବା ସହ ତାଙ୍କର ଘର ଭାଙ୍ଗି ଦିଆଯାଇଥିବା ସେ ରଣପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ଥାନା ପକ୍ଷରୁ ମାମଲାକୁ ଦର୍ପନାରାୟଣପୁର ଫାଣ୍ଡିକୁ ପଠାଇ ଦିଆଯାଇଥିବା ଭଗବାନ କହିଛନ୍ତି।

ଗ୍ରାମରେ ଏକ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ସରକାରୀସ୍ତରରେ ମାପଚୂପ କରାଯାଇ ରାସ୍ତା ଚିହ୍ନଟ କରାଯାଇଥିଲା। ଏଥିନେଇ କିଛି ଲୋକଙ୍କ ଘର ମଧ୍ୟ ଭଙ୍ଗା ଯାଇଥିଲା। ହେଲେ ଭଗବାନଙ୍କ ଘର ମାପଚୂପରେ ଆସି ନ ଥିଲା। ହେଲେ ରାସ୍ତା ଯିବ କହି ତାଙ୍କ ଘରକୁ ମଧ୍ୟ ଭାଙ୍ଗିବାକୁ କୁହାଯାଇଥିଲା। ରାସ୍ତା ନ ଯାଇ କାହିଁକି ଘର ଭାଙ୍ଗିବି ବୋଲି ଭଗବାନ ପ୍ରଶ୍ନ କରିଥିଲେ। ଏଣୁ କଙ୍ଗାରୁ କୋର୍ଟ ବସାଇ ତାଙ୍କୁ ପ୍ରଥମେ ବାସନ୍ଦ କରାଯାଇ ଘର ଭାଙ୍ଗିଦିଆଯାଇଥିବା ଭଗବାନ କହିଛନ୍ତି। ଏନେଇ ସେ ଅଭିଯୋଗ କରିବାକୁ ଘରଠାରୁ ୪ କିମି ଦୂର ରଣପୁର ଥାନାକୁ ଯାଇଥିବା ବେଳେ ସେଠାରୁ ୯ କିମି ଦୂରରେ ଥିବା ଦର୍ପନାରାୟଣପୁର ଫାଣ୍ଡିରେ ଅଭିଯୋଗ କରିବାକୁ ଯିବାକୁ ପଠାଇ ଦିଆଯାଇଥିବା ସେ କହିଛନ୍ତି। ତେବେ ଶୀତଦିନେ ସେମାନଙ୍କ ପରିବାର ଗଛତଳେ ଆଶ୍ରୟ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri