ବଜ୍ରପାତ ନେଲା ଦୁଇ ଯୁବକଙ୍କ ଜୀବନ, ୩ ଗୁରୁତର

ଟାଙ୍ଗୀ(ଖୋର୍ଦ୍ଧା),୧୫ା୭(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଦୁଇ ଯୁବକଙ୍କ ଜୀବନ ନେବା ସହ  ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଝରିଆ ଗ୍ରାମର ତୁଷାର ପଲେଇ(୧୯) ଓ ଟାଙ୍ଗୀ ଗ୍ରାମର ଚିତ୍ତରଞ୍ଜନ ରାଉତ(୩୮)। ଏଥିରେ ସୁଜିତ ସ୍ବାଇଁ, ଦୀପକ ପଲେଇ ଓ ଅନିଲ ମହାନ୍ତି ଗୁରୁତର ହୋଇଛନ୍ତି। ଘଟଣାରୁ ପ୍ରକାଶ, ରବି ଫସଲ ନିମନ୍ତେ ଜମିରେ ପାଣି ବନ୍ଧାଇବା କାମ କରୁଥିବାବେଳେ ଝରିଆର ତୁଷାର, ସୁଜିତ୍‌, ଦୀପକ ଓ ଟାଙ୍ଗୀର ଚିତ୍ତରଞ୍ଜନ ଓ ଅନିଲଙ୍କ ଉପରେ ବଜ୍ରପାତ ହେବାରୁ ଗ୍ରାମବାସୀଙ୍କ ସହାୟତାରେ ସେମାନଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା । ଡାକ୍ତର ତୁଷାର ଓ ଚିତ୍ତରଞ୍ଜନଙ୍କୁ ମୃତ ଘୋଷଣା କରିଥିବାବେଳେ ଗୁରୁତରମାନଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଟାଙ୍ଗୀ ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ଡାକ୍ତରଖାନା ପଠାଇ ତଦନ୍ତ ଜାରି ରଖିଛି । ଏହି ଅଭାବନୀୟ ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଚିତ୍ତରଞ୍ଜନ ଜଣେ ଗରିବ ହୋଇଥିବାରୁ ସ୍ତ୍ରୀ ଓ ୨ଟି ଛୋଟଛୁଆଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?