ବଜ୍ରପାତରେ ଗଲା ୬ ଜୀବନ

ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍‌ସା,୨୪।୪(ଡି.ଏନ୍‌.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ବଡ଼ପଥରା ଗ୍ରାମର ଦିବ୍ୟ ଶଙ୍କର ମହାନ୍ତ, ଯାମିନୀକାନ୍ତ ମହାନ୍ତ ଓ କୌଶିକ ମହାନ୍ତ, କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନାରଦପୁର ପଞ୍ଚାୟତ ସୁରୁପତଳା ଗ୍ରାମର ରାଣ୍ଡୁ ମୁଣ୍ଡା ଏବଂ ବଳଭଦ୍ରପୁର ଗ୍ରାମର ଊର୍ମିଳା ମୁଦି ଓ ଅନ୍ୟଜଣେ ହେଲେ ବାଲେଶ୍ୱର ଜିଲା ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡି ଗ୍ରାମର ସିଦ୍ଧାର୍ଥ ମାଝି।
ମଧ୍ୟାହ୍ନରେ ଖୁଣ୍ଟା ବ୍ଲକ ଅଞ୍ଚଳରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଥିଲା। ବଡ଼ପଥରା ଗ୍ରାମର ୩ ସାଙ୍ଗ ମିଶି ଗ୍ରାମ ପୋଖରୀରେ ବନିଶୀ ପକାଇ ମାଛ ଧରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଖବର ପାଇ ଖୁଣ୍ଟା ଅଗ୍ନିଶମ ବିଭାଗ ପହଞ୍ଚି ଗୁରୁତର ୩ ସାଙ୍ଗ ଦିବ୍ୟ ଶଙ୍କର, ଯାମିନୀକାନ୍ତ ଓ କୌଶିକଙ୍କୁ ଚିକିତ୍ସା ପାଇଁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ର୍ତ୍ତି କରିଥିଲା। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଦିବ୍ୟ ଶଙ୍କର ବିବାହିତ ଥିବାବେଳେ ଅନ୍ୟ ୨ ଜଣ କଲେଜ ଛାତ୍ର। ଖୁଣ୍ଟା ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏହି ଦୁଃଖଦ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।
ସେହିପରି କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନାରଦପୁର ପଞ୍ଚାୟତ ଅନ୍ତର୍ଗତ ସୁରୁପତଳା ଗ୍ରାମର ରାଣ୍ଡୁ ମୁଣ୍ଡା ନାମ୍ନୀ ଜଣେ ମହିଳା ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ପ୍ରାଣବାୟୁ ଉଡ଼ି ଯାଇଥିଲା। ବଳଭଦ୍ରପୁର ଗ୍ରାମର ଊର୍ମିଳା ମୁଦି ଓ ଯାତ୍ରୀ ମହାକୁଡ଼ ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ବଜ୍ରପାତ ଯୋଗୁ ଘଟଣାସ୍ଥଳରେ ଊର୍ମିଳାଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରୁତର ଆହତ ଯାତ୍ରୀ ମହାକୁଡ଼ଙ୍କୁ ଚିକିତ୍ସା ପାଇଁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଲେଶ୍ୱର ଜିଲା ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡି ଗ୍ରାମର ସିଦ୍ଧାର୍ଥ ମାଝି ଜଣେ ମତ୍ସ୍ୟଜୀବୀ। ଝଡ଼ବର୍ଷା ସମୟରେ ସେ ନିଜ ଭୁଟୁଭୁଟି ପାଖକୁ ଯାଇଥିବା ବେଳେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ବସ୍ତା ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri