ବଜ୍ରପାତରେ ଚାଲିଗଲା ୨ ଭଉଣୀଙ୍କ ଜୀବନ

କାମାକ୍ଷାନଗର,୧୦।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା କଣ୍ଟାପାଳ ପଞ୍ଚାୟତ କରଡାପାଳ ଗ୍ରାମର ରଜନୀ ଦେହୁରୀ(୪୬) ଓ କୌଶଲ୍ୟା ଦେହୁରୀ(୫୨) ବୁଧବାର ଅପରାହ୍ନରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଦୁହେଁ ସମ୍ପର୍କରେ ଦୁଇ ଭଉଣୀ। ରଜ ପାଇଁ ଉଭୟେ କାଲବୁଧିଆ ଗ୍ରାମକୁ ଧାନ ପେଶିବା ପାଇଁ ଯାଉଥିବାବେଳେ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ୨ ଭଉଣୀଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ କଙ୍କଡାହାଡ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଏ ନେଇ କେସ ନଂ. ୧୦/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri