ବଜ୍ରପାତରେ ନାବାଳକଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁରୁଷୋତ୍ତମପୁର ଥାନା ସାହାପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟିି ଜଣେ ନାବାଳକଙ୍କ ଜୀବନ ଯାଇଛି। ମୃତ ନାବାଳକ ଜଣକ ସାହାପୁର ଗ୍ରାମର ଉଦୟ ମଳିକଙ୍କ ନାବାଳକ ପୁତ୍ର ଜିତୁ (୧୭) । ଶନିବାର ଅପରାହ୍ନରେ ଜିତୁ ମଇଁଷି ଚରାଇବାକୁ ଗ୍ରାମ ନିକଟକୁ ଯାଇଥିବାବେଳେ ବ୍ରଜପାତ ହୋଇଥିଲା। ଗୁରୁତର ଅବସ୍ଥାରେ ଗ୍ରାମବାସୀ ଘଟଣାସ୍ଥଳରୁ ଜିତୁଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜିତୁଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଡାକ୍ତରଖାନାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଜବତ କରିଛି । ରବିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri