ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା ମହାନ୍ତ,(୪୬)। ସୂଚନା ଅନୁଯାୟୀ ଅହଲ୍ୟା ଘରଠାରୁ ୧୦୦ମିଟର ଦୂର ବଗିଚାରେ କାମ କରୁଥିବା ବେଳ ବଜ୍ରପାତରେ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ। ସେ ଘଟଗାଁ ବ୍ଲକ ମଶିଣାବିଲା ପଞ୍ଚାୟତ ବରବେଡା ଗ୍ରାମରେ ଅଙ୍ଗନଓ୍ବାଡି କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ଅନୁରୂପ ଭାବେ ଏହି ବ୍ଲକ ସରାସକୋଲା ପଞ୍ଚାୟତ ସରାସକୋଲା ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ୧୮ବର୍ଷୀୟ ଯୁବକ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସେ ହେଉଛନ୍ତି ଦାଶରଥି ଦେହୁରୀଙ୍କ ପୁଅ ବିକାଶ କୁମାର ଦେହୁରୀ ।
ଅବସ୍ଥା ସଙ୍କଟାପନ୍ନ ହେବାରୁ ବିକାଶଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ପୂର୍ବାହ୍ନରେ ସରାସକୋଲା ଅଞ୍ଚଳରେ ବଜ୍ରପାତ ହୋଇଥିଲା। ବିକାଶ ଘରେ ଥିବା ବେଳେ ବଜ୍ରପାତର ଶିକାର ହୋଇ ଗୁରୁତର ହୋଇଛନ୍ତି। ଡାକ୍ତର ସୌମ୍ୟକାନ୍ତ ସୂତାରଙ୍କ ସୂଚନା ଅନୁଯାୟୀ ବଜ୍ରପାତରେ ବିକାଶଙ୍କ ଶରୀର ୩୦ପ୍ରତିଶତ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri