ବଜ୍ରପାତରେ ୨ ମୃତ, ୨ ଗୁରୁତର

କାମାକ୍ଷାନଗର,୨୩।୮(ଡି.ଏନ୍‌.ଏ.)-ଢେଙ୍କାନାଳ କାମାକ୍ଷାନଗର ଏବଂ କଙ୍କଡ଼ାହାଡ଼ ବ୍ଲକରେ ଶୁକ୍ରବାର ପୃଥକ୍‌ ସ୍ଥାନରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି।
ବାଲିପଡ଼ା ଗ୍ରାମର ବାବାଜୀ ମଲ୍ଲିକ (୬୨) ବିଲରେ କାମ କରୁଥିବାବେଳେ ବଜ୍ରପାତ ହୋଇଥିଲା। ସେ ଘଟଣାସ୍ଥଳରେ ଟଳିପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ଥାନା ମରୁଆବିଲି ଗୋଡ଼ିସାହିର ଦୁର୍ଯ୍ୟୋଧନ ନାଏକ (୭୭) ଗୋରୁ ବାନ୍ଧୁଥିବାବେଳେ ବଜ୍ରପାତ ଘଟିଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।
ଅନୁରୂପ ଭାବେ ଭଦଳିଆ ଗ୍ରାମର ବବିତା ସିଂ (୨୨) ବିଲରେ କାମ କରୁଥିବାବେଳେ ଏବଂ ଶୁଣ୍ଢିକାଟେଣୀ ଗ୍ରାମର ଫୁଲରାଣୀ ସାହୁ (୭୯) ବାରଣ୍ଡାରେ ବସିଥିବାବେଳେ ବଜ୍ରପାତ ଘଟି ଗୁରୁତର ହୋଇଛନ୍ତି। ଉଭୟଙ୍କୁ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri