ବଜ୍ରପାତରେ ୨୭ ଗୋରୁ, ୯ ମେଣ୍ଢା ମୃତ

ଦିଗପହଣ୍ଡି/ପାତ୍ରପୁର,୯ା୬ (ଡି.ଏନ.ଏ.) -ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ବଜ୍ରପାତରେ ୨୭ ଗୋରୁଙ୍କ ମୃତ୍ୟୁ ହୋଇଥିବାବେଳେ ୯ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବାଲିବାଡ ଗଁା ନିକଟରେ ଶନିବାର ବଜ୍ରପାତରେ ୧୪ ବଳଦ, ୨ ଗାଈ ଓ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖି ପ୍ରଭାବରେ ଝଡତୋଫାନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ଗାଁ ନିକଟ ଏକ ପଣସ ଗଛ ମୂଳରେ ଅରଖପଦା ଗାଁର ନିରଞ୍ଜନ ଶବର, ଘାସି ଶବର, ବବିନା ଶବର, ଗାଙ୍ଗିନି ଶବର, ସନିଆ ଶବର, ରାମଚନ୍ଦ୍ର ଶବର, ପୁନି ଶବର, ବାଲାଜୀ ଶବର, ସେଡେଙ୍ଗ ଶବର ଏବଂ ବାଲିବାଡ ଗାଁର ହାଡିଆ ଦଳେଇ, ମୋହନ ଦଳେଇ, ଲୁଲା ନାୟକ, ଜୁରିଆ ନାୟକ ଓ ସମ୍ଭାରୁ ନାୟକଙ୍କ ବଳଦ, ଗାଈ ଓ ବାଛୁରୀ ଥିବା ବେଳେ ବଜ୍ରପାତ ଘଟିଥିଲା। ଘଟଣାସ୍ଥଳରେ ୧୭ ଗୋରୁଙ୍କ ମୃତ୍ୟୁ ଘଟିଥିଲା। ଗ୍ରାମବାସୀଙ୍କ ପକ୍ଷରୁ ଏନେଇ କେ.ନୂଆଗାଁ ଥାନାରେ ଏତଲା ଦିଆଯିବା ସହ ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଅବଗତ କରାଯାଇଛି। ସେହିପରି ପାତ୍ରପୁରର ପଦାଦିଗୀ ବଗୀ ନଦୀ ନିକଟରେ ଚରୁଥିବା ୧୦ ଗୋରୁଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଗୋରୁ ଗୁଡିକ ମଧ୍ୟରେ ମର୍ଦ୍ଦରାଜପୁର ଗ୍ରାମ ରାଜେନ୍ଦ୍ର ପ୍ରଧାନଙ୍କ ୫ ଗାଈ, ଘନ ପ୍ରଧାନଙ୍କ ୨ ଗାଈ ଓ ଗୋଟିଏ ବାଛୁରୀ ଓ କେଲୁଆ ଗ୍ରାମର ଗୋପାଳ ପ୍ରଧାନଙ୍କ ଗୋଟିଏ ଗାଈ ଓ ଗୋଟିଏ ବାଛୁରୀ ଥିବା ଜଣା ପଡିଛି।
ମଧୁପଲୀ ପଞ୍ଚାୟତସ୍ଥିତ ସୁନାରୀ ବୁଗୁଡ଼ା ଗ୍ରାମର ଏକ ଆମ୍ବ ତୋଟାରେ ୨୦ରୁ ଊର୍ଦ୍ଧ୍ୱ ଛେଳି ଓ ମେଣ୍ଢା ରହିଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ୯ଟି ମେଣ୍ଢାଙ୍କ ମୃତ୍ୟୁ ଘଟିଥିବାବେଳେ ୭ଟି ମେଣ୍ଢା ଓ ଛେଳି ଆହତ ହୋଇଥିଲେ। ବ୍ଲକ ପ୍ରାଣୀଧନ ଚିକିତ୍ସାଧିକାରୀ ନରେଶ କୁମାର ଜେନା ଘଟଣାସ୍ଥଳରେ ପହଞ୍ଚତ୍ ଆହତ ମେଣ୍ଢା ଓ ଛେଳିମାନଙ୍କୁ ଚିିକିତ୍ସା କରିଥିଲେ। କେ. ଅରକ୍ଷିତ ପାତ୍ରଙ୍କ ଗୋଟିଏ, ଡି. କାଳୁ ପାତ୍ରଙ୍କ ୩, ଦଣ୍ଡ ପାତ୍ରଙ୍କ ୨, କେ. ଜଗନ୍ନାଥ ପାତ୍ରଙ୍କ ୩ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri