ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ ୬ଜଣଙ୍କର ଜୀବନ ନେଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଚାଷୀ। କେବଳ କେନ୍ଦ୍ରାପଡ଼ା ଜିଲାରେ ୫ଜଣ ମୃତ ଓ ୨ଜଣ ଆହତ ହୋଇଛନ୍ତି। ଗରଦପୁର ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ଗୋତ୍ରବିଲ ଗ୍ରାମର ଅଜୟ ନାୟକ(୪୫) ଓ ତିକନପୁର ପଞ୍ଚାୟତ ମରିଲୋ ଗ୍ରାମର ଦିଲୀପ ମଲ୍ଲିକ(୪୭) ବିଲରେ ଚାଷ କାର୍ଯ୍ୟ କରୁଥିବାବେଳେ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ହୋଇଥିଲା। ମହାକାଳପଡ଼ା ବ୍ଲକ କରଞ୍ଜ ପଞ୍ଚାୟତ ଅଧୀନ କରଞ୍ଜ ଗ୍ରାମର ଦୁଇଜଣ ଚାଷୀ ରଙ୍ଗନାଥ ବେହେରା(୫୦) ଓ ପାପୁନି ଦାସ (୨୨)ଙ୍କ ଉପରେ ବଜ୍ରପାତ ହେବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ସେହିପରି ମାର୍ଶାଘାଇ ବ୍ଲକ ବାଲିକଷୋଟି ଗ୍ରାମର ବିଜୟ କୁମାର ନାୟକ(୬୨)ଙ୍କର ମଧ୍ୟ ବଜ୍ରପାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେପଟେ ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଭୋଇସାହି ଗ୍ରାମର ଗୀତା ଭୋଇ(୪୫)ଙ୍କର ମୃତ୍ୟୁ ହୋଇଥିବାବେଳେ ଉକ୍ତ ଗ୍ରାମର ବିଜୟ ଭୋଇ(୫୫) ଓ ଚଞ୍ଚଳ ଭୋଇ(୫୦) ବଜ୍ରପାତରେ ଗୁରୁତର ଆହତ ହୋଇଛନ୍ତି। ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାକୁ ବଜ୍ରପାତ ଆଶଙ୍କା ରହିଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟରେ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ଲଘୁଚାପ ବର୍ଷା ଆଉ ୩ଦିନ ପ୍ରବଳ ବର୍ଷିବ। ତେବେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଗୁରୁବାର ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ଓ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୩ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂଭରଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୨୪ରେ ନବରଙ୍ଗପୁର, କଳାହାଣ୍ଡି, ବରଗଡ଼ ଓ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri