ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ କରସିଙ୍ଗି ଛକରୁ ଭଞ୍ଜନଗର ପର୍ଯ୍ୟନ୍ତ ସ୍ବାଗତ କରି ଆଣିଥିଲେ। ବାଟରେ ବିଭିନ୍ନ ଗ୍ରାମବାସୀ ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହାପରେ ଭଞ୍ଜନଗର ବସ୍‌ଷ୍ଟାଣ୍ଡ ପରିସରରେ ରାତିରେ ଏକ ସ୍ବାଗତ ସଭା ଆୟୋଜିତ ହୋଇଥିଲା। ଏଥିରେ ଅଞ୍ଚଳର ବିଭିନ୍ନ ବେସରକାରୀ ଓ ସରକାରୀ ଅନୁଷ୍ଠାନ ପକ୍ଷରୁ ମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ଭଞ୍ଜନଗର ନିର୍ବାଚନମଣ୍ଡଳୀବାସୀ ତାଙ୍କୁ ଷଷ୍ଠଥର ପାଇଁ ବିଧାୟକ ଭାବେ ନିର୍ବାଚିତ କରିଥିବା ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ। ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ବିଗତ ଦିନରେ ଯେଉଁ ବିକାଶରଧାରା ଚାଲିଥିଲା ତାହା ବଜାୟ ରହିବ। ବଞ୍ଚତ୍ଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି। ସେଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ମନ୍ତ୍ରୀ। କେନ୍ଦ୍ରରେ ମୋଦି ହାଓ୍ବା ବୋହୁଥିବାବେଳେ ରାଜ୍ୟବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ବିଶ୍ୱାସ ରଖି ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ କରାଇଛନ୍ତି। ସେଥିପାଇଁ ସେ କୃତଜ୍ଞତା ଜଣାଇଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ଜଗନ୍ନାଥପ୍ରସାଦ ବ୍ଲକ ବିଜେଡ଼ି ସଭାପତି ମୋହନ ପ୍ରଧାନ, ବରିଷ୍ଠ ବିଜେଡ଼ି ସଙ୍ଗଠକ ବିପ୍ର ବାରିକ, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ବେହେରା, ଉପାଧ୍ୟକ୍ଷ ହିମାଂଶୁ ଶେଖର ବାରିକ, ସରକାରୀ ଓକିଲ ଦିବାକର ନାୟକ, ଏମ୍‌.ତାଜ୍‌ ଆଦେନୀ, ଭଞ୍ଜନଗର କଲେଜ ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି, ଜଗନ୍ନାଥପ୍ରସାଦ କଲେଜ ଅଧ୍ୟକ୍ଷ ନୃସିଂହ ଚରଣ ପ୍ରଧାନ, ବିଡ଼ିପୁର କଲେଜ ଅଧ୍ୟକ୍ଷ ପ୍ରଭାକର ଶତପଥୀ, ଶୁଳପାଣୀ ଶତପଥୀ, ଭଞ୍ଜନଗର ବ୍ଲକ ଉପାଧ୍ୟକ୍ଷ ବିକ୍ରମ କେଶରୀ ଆରୁଖ, ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ବୀରେନ୍ଦ୍ର କେଶରୀ ଆରୁଖ, ରାଜେନ୍ଦ୍ର ବିଶୋୟୀ, ସୁଧୀର ବେହେରା, ସୁନିତା ଦଳବେହେରା, ପ୍ରମୋଦ ପ୍ରଧାନ, ପଞ୍ଚାନନ ପାଳଙ୍କ ସମେତ ବନ ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଫଟୋ୬ଏ-ଜିରାବାଡ଼ି ଠାରେ ମନ୍ତ୍ରୀ ଆରୁଖଙ୍କୁ ଲୋକେ ସ୍ବାଗତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri