ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିବା ଘଟଣା: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର, କନ୍‌ଷ୍ଟେବଳ ନିଲମ୍ବିତ

ପୁରୀ ଅଫିସ, ୧୦ା୧୦: ଅଭିଯୋଗକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ପୋଲିସ ହେଲ୍‌ପ ଲାଇନ୍‌ର କନ୍‌ଷ୍ଟେବଳ ସୁଶାନ୍ତ ଭୁଜବଳଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବିତ କରାଯାଇଛି। ଅଭିଯୋଗକାରୀଙ୍କ ଅଭିଯୋଗ ଏବଂ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭିତ୍ତିକରି ଭୁଜବଳଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ପୁରୀ ସଦର ଥାନା ଅଧୀନ ମଙ୍ଗଳାଘାଟ ଗୋଲାସାହିରେ ଶନିବାର ଶରତ ଚନ୍ଦ୍ର ମିଶ୍ରଙ୍କ ଘରେ ୩ଜଣ ଦୁର୍ବୃତ୍ତ ପଶି ତାଙ୍କୁ ଓ ତାଙ୍କ ସ୍ତ୍ରୀ ସୁସ୍ମିତା ରଥଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ସମୟରେ ସୁସ୍ମିତା ୧୦୦ ନମ୍ବରକୁ ଡାଏଲ କରି ପୋଲିସ ସହାୟତା ମାଗିଥିଲେ। ୩ଥର ଡାଏଲ କରିବା ପରେ ସେପଟୁ ଭୁଜବଳ ଫୋନ୍‌ ରିସିଭ କରିଥିଲେ, କିନ୍ତୁ ଅଭିଯୋଗକୁ ଗୁରୁତ୍ୱ ଦେଇ ନ ଥିଲେ। ଲହୁଲୁହାଣ ଅବସ୍ଥାରେ ପଡ଼ିରହିଥିବା ଏହି ଦମ୍ପତିଙ୍କୁ କନଷ୍ଟେବଳ ଭୁଜବଳ ସହାୟତା ଯୋଗାଇବାକୁ ପଦକ୍ଷେପ ନେବା ପରିବର୍ତ୍ତେ ଦୁର୍ବ୍ୟବହାର କରିଥିଲେ। ଏ ନେଇ ଶରତ ସଦର ଥାନାରେ ଅଭିଯୋଗ କରିଥିଲେ। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହାପରେ ଏସ୍‌ପି ଉମାଶଙ୍କର ଦାଶଙ୍କ ନିର୍ଦ୍ଦେଶ କ୍ରମେ ସଦର ପୋଲିସ ଏହି ଘଟଣାର ତଦନ୍ତ କରି ତାଙ୍କୁ ରିପୋର୍ଟ ଦେଇଥିଲେ। ଏହାକୁ ଭିତ୍ତିକରି ଏସ୍‌ପି ଦାଶ କନଷ୍ଟେବଳ ଭୁଜବଳଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri