ବଟ୍‌ଲିଂ ପ୍ଲାଣ୍ଟ, ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟନ ଆଜି: ଯୋଗଦେବେ ଉପରାଷ୍ଟ୍ରପତି

ବଲାଙ୍ଗୀର ଅଫିସ, ୨୭-୧୨:ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଉଭୟ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ଯୋଗଦେବେ ଭାରତର ଉପରାଷ୍ଟ୍ରପତି ଏମ୍‌.ଭେଙ୍କିୟା ନାଇଡୁ। ସକାଳ ୮ଟା ୫ମିିନିଟ୍‌ରେ ରାୟପୁରରୁ ଭାରତୀୟ ବାୟୁସେନାର ହେଲିକପ୍ଟର ଯୋଗେ ଆସି ଉପରାଷ୍ଟପତି ନାଇଡୁ ପୂର୍ବାହ୍ନ ୯ଟାରେ ପଥରଚେପା ହେଲିପ୍ୟାଡରେ ପହଞ୍ଚତ୍ବେ। ସେଠାରୁ ବରକାନୀ ଯାଇ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିବେ। ପରେ ସେଠାରୁ ରାଜେନ୍ଦ୍ର କଲେଜକୁ ଆସି ପ୍ଳାଟିନମ୍‌ ଜୁବିଲି କାର୍ଯ୍ୟକ୍ରମରେ ପୂର୍ବାହ୍ନ ସାଢ଼େ ୧୦ଟାରେ ଯୋଗଦେବେ। ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ବଲାଙ୍ଗୀର ସହରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସହରରେ ୩୦ ପ୍ଳାଟୁନ୍‌ ଫୋର୍ସ ମୁତୟନ କରାଯାଇଥିତ୍ବା ସମ୍ବଲପୁର ଡିଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି। ଗୁରୁବାର ଡିଆଇଜି ହିମାଂଶୁ ଲାଲ, ଏସ୍‌ପି ସନ୍ଦୀପ ମାଡକର ଓ ଜିଲାପାଳ ଅରିନ୍ଦମ ଡାକୁଆ ସମସ୍ତ ସୁରକ୍ଷା ତଦାରଖ କରିଛନ୍ତି। ଏହା ସହିତ ସମସ୍ତ କାର୍ଯ୍ୟ ପ୍ରୋଟକଲ ଅନୁଯାୟୀ ହେଉଥିବା ସୂଚନା ଦେଇଛନ୍ତି। ବିପିସିଏଲ୍‌ ବଟ୍‌ଲିଂ ପ୍ଲାଣ୍ଟ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, କନକ ବର୍ଦ୍ଧନ ସିଂଦେଓ ଅତିଥିଭାବେ ଯୋଗଦାନ କରିବେ। ପ୍ରଥମ ଥର ପାଇଁ ବଲାଙ୍ଗୀରକୁ ଦେଶର କୌଣସି ଉପରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ହୋଇଛି। ତେବେ ପୂର୍ବରୁ ଏମ୍‌. ଭେଙ୍କିଆ ନାଇଡୁ ଭାଜପା ଦଳରେ କାର୍ଯ୍ୟକର୍ତ୍ତା ଥିତ୍ବାବେଳେ ବଲାଙ୍ଗୀର ଗସ୍ତରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri