ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ ମିଳିଛି। ସାମାନ୍ୟ ମୋବାଇଲ ବ୍ୟବହାରକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହେବା ପରେ ବଡ଼ ଭାଇ ପିନଟୁ ମାଝୀ ସାନ ଭାଇ ପପୁ ମାଝୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ପପୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।
ପ୍ରକାଶ ଯେ, ଗତ କିଛିଦିନ ତଳେ ଦୁଇ ଭାଇ ତେଲେଙ୍ଗାନାଙ୍କୁ ଫେରି କାଶୀପୁର ବ୍ଲକରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ରହିଥିଲେ। ତେବେ ଆଜି ହଠାତ ମୋବାଇଲ ବ୍ୟବହାରକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରେ କାଶୀପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟପଟେ ଅଭିଯୁକ୍ତ ପିନଟୁଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରା ଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri