ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବଡ଼ ମେଡିକାଲର କେତେକ ସ୍ଥାନରେ ସିସି କ୍ୟାମେରା ଲାଗି ନ ଥିବାରୁ ଏହାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ବାୟୋମେଟ୍ରିକ୍ ବ୍ୟବସ୍ଥା ବାଧ୍ୟତାମୂଳକ ହେବ ବୋଲି ଜିଲାପାଳ କହିଥିଲେ। ଆଉଟଡୋରରୁ ଇନ୍ଡୋରକୁ ରୋଗୀଙ୍କୁ ନେବା ପାଇଁ ବିଭିନ୍ନ ସମୟରେ ଅସୁବିଧା ହେଉଛି ା ଏଥିପାଇଁ ଏକ ବ୍ୟାଟେରୀ ଗାଡି କିଣିବାକୁ ବୈଠକରେ ସ୍ଥିର କରାଯାଇଛି ା
ଅନ୍ୟପକ୍ଷରେ ମେଡିକାଲର ସମସ୍ତ ସ୍ଥାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। ଏହାକୁ ତୁରନ୍ତ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମେଡ଼ିକାଲ ପରିସର ସଫେଇ ଉପରେ ବିଏମ୍ସି ଧ୍ୟାନ ଦେବାକୁ କୁହାଯାଇଥିଲା ା ଚାରାରୋପଣ ପାଇଁ ସ୍ଥିର ହୋଇଛି ା ମେଡିକାଲ ପରିସରରେ ଥିବା ଆଉଟପୋଷ୍ଟର କର୍ମଚାରୀ ସଂଖ୍ୟା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସେହିପରି ସମ୍ପୂର୍ଣ୍ଣ ଭାବେ ପାଚେରୀ ନିର୍ମାଣ, ପାର୍କିଂ ପାଇଁ ସ୍ଥାନ ଚିହ୍ନଟ, ୧.୫୦ କୋଟି ଟଙ୍କା ବ୍ୟୟରେ ଚାଲିଥିବା ସୁପର ସ୍ପେଶିଆଲିଷ୍ଟ ରୁମ୍ ଓ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ କୋଠା ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ଜିଲାପାଳ କହିଛନ୍ତି। ଯେଉଁ ଗାଁକୁ ଗୁଡିକୁ ଯୋଗାଯୋଗର ଅସୁବିଧା ଅଛି, ତାହାକୁ ପୋଷ୍ୟ ଭାବେ ଗ୍ରହଣ କରି ବଡ଼ ମେଡିକାଲର ଟିମ୍ ସେଠାକୁ ଯାଇ ସ୍ବାସ୍ଥ୍ୟ ଶିବିର କରିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଅତିରିିକ୍ତ ଏସପି ପି. କେ. ମିଶ୍ର, ଏମକେସିଜି ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଡିନ୍ ଡା. ରାଧାମାଧବ ତ୍ରିପାଠୀ, ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଚରଣ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

