ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବଡ଼ ମେଡିକାଲର କେତେକ ସ୍ଥାନରେ ସିସି କ୍ୟାମେରା ଲାଗି ନ ଥିବାରୁ ଏହାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ବାୟୋମେଟ୍ରିକ୍ ବ୍ୟବସ୍ଥା ବାଧ୍ୟତାମୂଳକ ହେବ ବୋଲି ଜିଲାପାଳ କହିଥିଲେ। ଆଉଟଡୋରରୁ ଇନ୍ଡୋରକୁ ରୋଗୀଙ୍କୁ ନେବା ପାଇଁ ବିଭିନ୍ନ ସମୟରେ ଅସୁବିଧା ହେଉଛି ା ଏଥିପାଇଁ ଏକ ବ୍ୟାଟେରୀ ଗାଡି କିଣିବାକୁ ବୈଠକରେ ସ୍ଥିର କରାଯାଇଛି ା
ଅନ୍ୟପକ୍ଷରେ ମେଡିକାଲର ସମସ୍ତ ସ୍ଥାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। ଏହାକୁ ତୁରନ୍ତ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମେଡ଼ିକାଲ ପରିସର ସଫେଇ ଉପରେ ବିଏମ୍ସି ଧ୍ୟାନ ଦେବାକୁ କୁହାଯାଇଥିଲା ା ଚାରାରୋପଣ ପାଇଁ ସ୍ଥିର ହୋଇଛି ା ମେଡିକାଲ ପରିସରରେ ଥିବା ଆଉଟପୋଷ୍ଟର କର୍ମଚାରୀ ସଂଖ୍ୟା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସେହିପରି ସମ୍ପୂର୍ଣ୍ଣ ଭାବେ ପାଚେରୀ ନିର୍ମାଣ, ପାର୍କିଂ ପାଇଁ ସ୍ଥାନ ଚିହ୍ନଟ, ୧.୫୦ କୋଟି ଟଙ୍କା ବ୍ୟୟରେ ଚାଲିଥିବା ସୁପର ସ୍ପେଶିଆଲିଷ୍ଟ ରୁମ୍ ଓ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ କୋଠା ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ଜିଲାପାଳ କହିଛନ୍ତି। ଯେଉଁ ଗାଁକୁ ଗୁଡିକୁ ଯୋଗାଯୋଗର ଅସୁବିଧା ଅଛି, ତାହାକୁ ପୋଷ୍ୟ ଭାବେ ଗ୍ରହଣ କରି ବଡ଼ ମେଡିକାଲର ଟିମ୍ ସେଠାକୁ ଯାଇ ସ୍ବାସ୍ଥ୍ୟ ଶିବିର କରିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଅତିରିିକ୍ତ ଏସପି ପି. କେ. ମିଶ୍ର, ଏମକେସିଜି ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଡିନ୍ ଡା. ରାଧାମାଧବ ତ୍ରିପାଠୀ, ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଚରଣ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
Archives


