Posted inଫୁରସତ

ବଡ଼ ହୁଲା ହୁପ୍‌ ବୁଲାଇ ରେକର୍ଡ

ଅଣ୍ଟା ଚାରିପଟେ ହୁଲା ହୁପ୍‌ ବୁଲାଇବା ସହଜ କଥା ନୁହେଁ। ଅନେକ ଅଭ୍ୟାସ ପରେ ଏହା ସମ୍ଭବ ହୁଏ। ତେବେ ଗେଟି କେହାୟୋଭା ନାମ୍ନୀ ଜଣେ ମହିଳା ଏମିତି ଏକ ହୁଲା ହୁପ୍‌ ବୁଲାଉଛନ୍ତି, ଯାହା ସମସ୍ତଙ୍କୁ ଚକିତ କରୁଛି। ତାଙ୍କର ହୁଲା ହୁପ୍‌ଟି ବହୁତ ବଡ଼, ଯାହାର ବ୍ୟାସ୍‌ ୧୮ଫୁଟ୍‌ ୦.୨୫ ଇଞ୍ଚ ଅଟେ। ଏହି ହୁଲା ହୁପ୍‌ ବୁଲାଇ ସେ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସବୁଠୁ ବଡ଼ ହୁଲା ହୁପ୍‌ ବୁଲାଉଥିବା ମହିଳା ଭାବେ ସ୍ଥାନ ବି ପାଇଛନ୍ତି। ସର୍କସ ପରିବାରର ଗେଟି ନଅ ବର୍ଷ ବୟସରୁ ହୁଲା ହୁପ୍‌ ବୁଲାଇ ଆସୁଛନ୍ତି। ତେବେ ସେ ଯେବେ ଜାପାନର ଜଣେ ମହିଳା ହୁଲା ହୁପ୍‌କୁ ନେଇ ରେକର୍ଡ କରିବା କଥା ଜାଣିଲେ, ସେ ବି ଏହିଭଳି କିଛି କରିବାକୁ ନିଷ୍ପତ୍ତି ନେଲେ। ଆଉ ବିରାଟକାୟ ହୁଲା ହୁପ୍‌ ବୁଲାଇବା ଅଭ୍ୟାସ ଆରମ୍ଭ କଲେ। ୧୮ ଫୁଟ୍‌ର ଏହି ହୁଲା ହୁପ୍‌ ବୁଲାଇବା ଏତେ ସହଜ ନୁହେଁ। ଏହା ବହୁତ ଓଜନବିଶିଷ୍ଟ ହୋଇଥିବାରୁ ବୁଲଇବାବେଳେ ବହୁତ କଷ୍ଟ ହୋଇଥାଏ। କେବଳ ଗେଟି ନୁହନ୍ତି, ଗିନିଜ ଓ୍ବାର୍ଲଡ୍‌ ରେକର୍ଡସ୍‌ରେ ତାଙ୍କ ବାପା ଓ ବଡ଼ ଭଉଣୀ ବି ପୂର୍ବରୁ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

ଏମିତି ସହର, ଯେଉଁଠି ସବୁକିଛି ଧଳା, କୋଠାରୁ ଆରମ୍ଭ କରି…

ସମସ୍ତେ ରଙ୍ଗକୁ ଭଲ ପାଆନ୍ତି। ରଙ୍ଗୀନ ଘର, ରଙ୍ଗଜୀନ କୋଠା ସମସ୍ତଙ୍କୁ ଆକର୍ଷିତ କରେ। ଆପଣ ଜାଣନ୍ତି କି, ବିଶ୍ୱରେ ଏପରି ଏକ ସହର ଅଛି...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri