ବଡ଼ବଡିଆଙ୍କୁ ଛାଡ଼,ଛୋଟ ବ୍ୟବସାୟୀଙ୍କୁ ମାଡ଼

ଖଇରା, ୨୯।୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଖଇରା ସମେତ ବିଭିନ୍ନ ବଜାରରେ ଦୋକାନ ବଜାର ବନ୍ଦ ଥିବା ନେଇ ବାହାରୁ ଦୃଷ୍ଟି ଗୋଚର ହେଉଥିଲେ ହେଁ ଭିତର ପରିସ୍ଥିତି କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ଖଇରା ଥାନାଠାରୁ ୨୦ ମିଟର ଦୂରତାରେ ଥିବା ହୋଟେଲ ଓ ଏକ ଷ୍ଟେଶନାରୀ ଦୋକାନ ଖୋଲାଥିବାରୁ ଖଇରା ଅଞ୍ଚଳର ବହୁ ଛୋଟ ବ୍ୟବସାୟୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ା ହେଲେ ପୋଲିସ ଡରରେ କେହି କିଛି କହିବାକୁ ସାହସ କରିପାରୁନାହାନ୍ତି ା ଶୁକ୍ରବାର ଖଇରା ହାଟକୁ କୋଚିଆକୋଇଲି ପଡିଆକୁ ଉଠାଇ ଦିଆଯାଇଥିଲା। ସେଠାରେ ପ୍ରବଳ ଭିଡ ଜମୁଥିଲେ ମଧ୍ୟ ଦୃଷ୍ଟିଗୋଚର ନ ହେବା ପୋଲିସ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ା ଗୋଟିଏ ପଟେ କଟକଣାକୁ ନେଇ ପୋଲିସ ଖଇରା ବ୍ଲକର କିଛି ଅଞ୍ଚଳକୁ ଖବର ସଂଗ୍ରହ ଲାଗି ଆସୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ନାଲି ଆଖି ଦେଖାଉଥିବା ବେଳେ ଥାନା ସମ୍ମୁଖରୁ ଭିଡ ନିୟନ୍ତ୍ରଣ କରି ନ ପାରିବା ସାଧାରଣ ଲୋକଙ୍କ ଭରସା ତୁଟିବାରେ ଲାଗିଛି ା ଏ ସମ୍ପର୍କରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ପ୍ରଦୀପ କୁମାର ସାହୁଙ୍କୁ ପଚାରିବାରେ ଥାନା ସମ୍ମୁଖରେ ଯେଉଁ ଦୋକାନଗୁଡିକ ଖୋଲା ରହୁଛି ତାକୁ ବନ୍ଦ କରିବାକୁ ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri