ବଡ଼ବିଲ ବାଇପାସ୍‌ ରିଂରୋଡ୍‌ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି

ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍‌ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍‌ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ ସରକାରଙ୍କ ମୁଖ୍ୟ ସଚିବଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କ ଜରିଆରେ ପତ୍ରାଳାପ କରିଥିଲା। ତେବେ ସୋମବାର ପୂର୍ବାହ୍ନରୁ ରାଜ୍ୟ ସୀମାନ୍ତ ନାଲଦାରୁ ୮କିମି. ଦୂର ଏକ ବିଶାଳ ପଦଯାତ୍ରା ଆରମ୍ଭ କରାଯାଇଥିଲା। ଏହି ପଦଯାତ୍ରାରେ ଅଞ୍ଚଳର ବିଭିନ୍ନ ସଙ୍ଗଠନ ସାମିଲ ହୋଇ ତହସିଲ କାର୍ଯ୍ୟାଳୟ ପରିସରରେ ପହଞ୍ଚି ଦାବି ନେଇ ସ୍ଲୋଗାନମାନ ଦେଇଥିଲେ। ତେବେ ଆସନ୍ତା ମଙ୍ଗଳବାରଠାରୁ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରି ଗଣଧାରଣା ଦେବ ବୋଲି ସୋସାଇଟି ଆବାହକ ଅଶୋକ ଠକର କହିଛନ୍ତି । ଏହି ଆନ୍ଦୋଳନରେ ସଂଜୀବନୀ ମହିଳା ସମିତି, ମା’ ଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?