ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା

ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି ରାସ୍ତା, ଡ୍ୟାମ୍‌ ରୋଡ୍‌, ଠାକୁରାଣୀ, ସୟାବାଲି, ହାୟାରବୁରୁ, ବଲାଣୀ, କିରିବୁରୁ ଓ ନାଲଦା ଆଦି ଅଞ୍ଚଳର ଖୋଲା ସ୍ଥାନରେ ବରଫର ଆସ୍ତରଣ ଜମିଥିବା ପରିଲକ୍ଷିତ ହୋଇଛି। ଶନିବାର ସକାଳେ ପାରଦ ୩ ଡିଗ୍ରୀତଳକୁ ଖସି ଆସିଥିବାବେଳେ ରବିବାର ସକାଳେ ତାପମାତ୍ରା ବୃଦ୍ଧି ପାଇ ପାରଦ ୪ ଡିଗ୍ରୀ ହୋଇଛି। ତେବେ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜନଜୀବନ ସ୍ବାଭାବିକ ହୋଇପାରୁନାହିଁ। ଲୋକେ ସ୍ଥାନେସ୍ଥାନେ ନିଆଁ ପୁଉଁଥିବା ବେଳେ ଚା’ ଦୋକାନରେ ବେଶ୍‌ ଭିଡ଼ ଜମୁଛି। ତେବେ ଦୀର୍ଘ ୧୫ ବର୍ଷ ପରେ ବଡ଼ବିଲ ଅଞ୍ଚଳରେ ଏଭଳି ଶୀତ ଅନୁଭୂତ ହେଉଥିଲେ ହେଁ ଶୀତର ପ୍ରକୋପ ଆଗଭଳି ଅନୁଭୂତ ହେଉ ନ ଥିବା ବୟୋଜ୍ୟୋଷ୍ଠମାନେ କହିଛନ୍ତି। ପାଣିପାଗ ବିଭାଗ ପକ୍ଷରୁ ଅଞ୍ଚଳରେ ତାପମାତ୍ରା ମାପିବାର କୌଣସି ସୁବିଧା ନ ଥିବାରୁ ଘରୋଇ ତାପମାତ୍ରା ମାପକଯନ୍ତ୍ରରୁ ବଡ଼ବିଲରେ ତାପମାତ୍ରା ୪ ଡିଗ୍ରୀ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?