ବଡ଼ସାହିରେ କାଳବୈଶାଖୀ: ବଜ୍ରପାତରେ ୨ମୃତ

ବଡ଼ସାହି, ୨୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡସାହି ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଖେଳାଇଛି। ଝଡବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨ଜଣଙ୍କର ମୃତ୍ୟୁ ଘଟିଛି । ମୃତକମାନେ ହେଲେ ବେଲପାଳ ଗ୍ରାମର ମାର୍କଣ୍ଡ ଓରଫ ନିରଞ୍ଜନ ବିଶୋଇ(୩୫) ଓ ମୁନା ଓରଫ ବଳରାମ ବିଶୋଇ(୨୪) । ସେମାନେ ବୁଢ଼ାବଳଙ୍ଗ ନଦୀର ନିଶିନ୍ତପୁର ଘାଟକୁ ଯାଇ ଟ୍ରାକ୍ଟରରେ ବାଲି ବୋଝେଇ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ଟ୍ରାକ୍ଟର ଚାଳକ ନିରଞ୍ଜନ ଓ ଶ୍ରମିକ ବଳରାମ ସଂଜ୍ଞାହୀନ ହୋଇ ପଡିଥିଲେ। ସେମାନଙ୍କୁ ଦମକଳ ବାହିନୀ ଉଦ୍ଧାର କରି ବଡ଼ସାହି ଡାକ୍ତରଖାନାକୁ ଆଣିଥିଲେ। ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଘଟଣା ପ୍ରଚାରିତ ହେବା ଫଳରେ ମୃତକଙ୍କ ଗ୍ରାମ ବେଲପାଳରେ ଶୋକର ଛାୟା ଖେଳିଯାଇଛି ା ବଡ଼ସାହି ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି। ରବିବାର ଶବ ବ୍ୟବଚ୍ଛେଦ କରାଯିବ। ଏହି ପରିପ୍ରେକ୍ଷୀରେ ମୃତକଙ୍କ ପରିବାରକୁ ଯଥାଶୀଘ୍ର ସରକାରୀ ସହାୟତା ପ୍ରଦାନ ପାଇଁ କଂଗ୍ରେସର ବଡ଼ସାହି ଜୋନ ସଭାପତି ଶଶାଙ୍କ ଶେଖର କର ଦାବି କରିଛନ୍ତି । ଅପରାହ୍ନରେ ଝଡବର୍ଷା ଯୋଗୁ ଅନ୍ୟ କେଉଁଠି କ’ଣ କ୍ଷୟକ୍ଷତି ଘଟିଛି, ତାହା ଜଣାପଡି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri