ବଡ଼ସାହିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ଼ ଶୋ

ବଡ଼ସାହି/ବତନଟୀ, ୨୫ା୪(ସ୍ବ.ପ୍ର.)-ବଡ଼ସାହି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରଚାର ପାଇଁ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବସ୍‌ ଯୋଗେ ରୋଡ଼ ଶୋରେ ମାରାଥନ ପ୍ରଚାର କରିଛନ୍ତି ା ମୁଖ୍ୟମନ୍ତ୍ରୀ ବସ ଉପରୁ ‘ଜୟ ଜଗନ୍ନାଥ’ କହି ଓଡ଼ିଶାର ବିକାଶ ପାଇଁ ମୁଁ ଆପଣଙ୍କ ନିକଟକୁ ଆସିଛି ା ଏଣୁ ସମସ୍ତେ ଉଭୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ଭୋଟ ଦେଇ ଜୟଯୁକ୍ତ କରାନ୍ତୁ ବୋଲି କହିଥିଲେ ା ଗସ୍ତ ସୂଚୀର ଘଣ୍ଟାଏ ବିଳମ୍ବରେ ମୁଖ୍ୟମନ୍ତ୍ରୀ ବଡ଼ସାହି ନିର୍ବାଚନ ମଣ୍ଡଳୀର ବୈଶିଙ୍ଗା ଠାରେ ୬ଟା ୧୦ରେ ପହଞ୍ଚିଥିଲେ ା ସେଠାରୁ ଏକ ବିରାଟ ବାଇକ ରାଲିରେ ସ୍ବାଗତ ପୂର୍ବକ ମାଣତ୍ରୀ-ବଡ଼ସାହି ଦେଇ ବାରିପଦା ଅଭିମୁଖେ ସମସ୍ତେ ଆସିଥିଲେ ା ୬ଟା ୩୦ରେ ମାଣତ୍ରୀ, ୭ଟା ୧୦ରେ ବଡ଼ସାହି,  ୭ଟା ୪୫ରେ ବୈଦପୁରରେ ପହଞ୍ଚିଥିଲେ ା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ଓ ଶୁଣିବା ପାଇଁ ରାସ୍ତା ପାର୍ଶ୍ୱ ଓ ଛକ ମାନଙ୍କରେ ପ୍ରବଳ ଜନସମାଗମ ପରିଲକ୍ଷିତ ହୋଇଥିଲା ା ଏପରିକି ବଡ଼ସାହି ଗାନ୍ଧୀଛକରେ ଥିବା ୩ମହଲା କୋଠା ଉପରକୁ ଲୋକମାନେ ରହି ମୁଖ୍ୟମନ୍ତ୍ରୀଙ୍କୁ ଦେଖିଥିଲେ। ମହିଳା ମାନେ ଶଙ୍ଖ ହୁଳହୁଳି ସହିତ ଫୁଲ ଦେଇ ସ୍ବାଗତ କରିଥିବା ବେଳେ ଆଦିବାସୀ ବାଦ୍ୟ ନୃତ୍ୟରେ ପରିବେଶ କମ୍ପିଥିଲା ା କାର୍ଯ୍ୟକ୍ରମରେ ବାଲେଶ୍ୱର ଏମ୍‌ପି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ଓ ବିଧାୟକ ପ୍ରାର୍ଥୀ ବୃନ୍ଦାବନ ଦାସ, ସିନେ ତାରକାମାନେ ପୃଥକ ଗାଡ଼ିରେ ଭୋଟ ନିବେଦନ କରିଥିଲେ ା ବୈଦପୁର ଠାରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଦେବାଶୀଷ ମାରାଣ୍ଡି ଓ ବିଧାୟକ ପ୍ରାର୍ଥୀ ସରୋଜିନୀ ହେମ୍ବ୍ରମ ବାରିପଦା ପର୍ଯ୍ୟନ୍ତ ସମର୍ଥକଙ୍କ ସହିତ ରୋଡ଼ ଶୋରେ ଯାଇଥିଲେ ା ଡୁକୁରା, ନାଉପାଳ, ବାଲିଯୋଡ଼ା, ବଡ଼କେରକୋ, ସାନକେରୋକ ଓ ବାଲିଯୋଡା ଦେଇ ସମସ୍ତେ ବାରିପଦା ଅଭିମୁଖେ ଯାଇଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା ା ଅଗ୍ନିଶମ ବିଭାଗ, ଡାକ୍ତରୀ ଦଳ ଓ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri