ବଢ଼ିଲା ବନ୍ୟା ମୁକାବିଲା ଚିନ୍ତା

କଟକ ଅଫିସ, ୧୫|୮:ଲଗାଣ ବର୍ଷା ଯୋଗୁ ପଶ୍ଚିମ ଓଡ଼ିଶା ପରେ ଉପକୂଳରେ ଦେଖାଦେଇଛି ବନ୍ୟା ପରିସ୍ଥିତି। ବୁଧବାର ସନ୍ଧ୍ୟା ସୁଦ୍ଧା ମହାନଦୀରେ ବନ୍ୟାଜଳ ଉଛୁଳିବାରୁ ନଦୀକୂଳିଆ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବାଙ୍କୀ, ନରସିଂହପୁର, ଆଠଗଡ଼, ବଡ଼ମ୍ବା ଆଦି ଅଞ୍ଚଳରେ ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏଥିସହ କାଠଯୋଡ଼ି ନଦୀରେ ମଧ୍ୟ ବନ୍ୟାଜଳ ପ୍ରବେଶ କରିଛି। କେତେକ ସ୍ଥାନରେ ବନ୍ଧ ଡେଇଁ ସହର ଭିତରକୁ ପାଣି ପସିଛି। ଏ ପରିସ୍ଥିତିରେ ବନ୍ୟା ମୁକାବିଲା ପାଇଁ ପ୍ରଶାସନର ଚିନ୍ତା ବଢ଼ିଛି। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏବଂ ଏସ୍‌ଆର୍‌ସି ସ୍ଥିତି ପରଖିଥିବା ଜିଲାପାଳ କହିଛନ୍ତି। ଏଥିସହ ସମସ୍ତ ଅଫିସର ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ବୁଧବାର ରାତିରେ ବନ୍ୟାଜଳ ମୁଣ୍ଡୁଳି ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାକୁ ନେଇ ଆମେ ପ୍ରସ୍ତୁତ ରହିଛୁ ଏବଂ ସମସ୍ତ ଅଫିସରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୪ଟି ବ୍ଲକର ଅଧିକାରୀ ଏବଂ ତହସିଲଦାରଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲାପାଳ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥିପାଇଁ ସିଡିଏମ୍‌ଓ, ବିଦ୍ୟୁତ୍‌ ବିଭାଗ, ଉପଜିଲାପାଳ, ୱାଟର ରିସୋର୍ସ ଡିପାର୍ଟମେଣ୍ଟକୁ ସତର୍କ କରାଯାଇଛି। ସମସ୍ତ ଅଧିକାରୀ ବିଭିନ୍ନ ଅଞ୍ଚଳକୁ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ସେହିପରି ଆଠଗଡ, ବାଙ୍କୀ ଓ କଟକ ସଦର ଉପଜିଲାପାଳ ଏବଂ କଟକ ମହାନଗର ନିଗମ(ସିଏମ୍‌ସି) କମିଶନରଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଞ୍ଚଳରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଶ୍ରୟସ୍ଥଳଗୁଡ଼ିକ ପ୍ରସ୍ତୁତ ରଖାଯାଇଛି। ସମସ୍ତ ଆଶ୍ରୟସ୍ଥଳକୁ ଲୋକଙ୍କୁ କିପରି ଅଣାଯିବ, କିଭଳି ଭାବେ ଖାଦ୍ୟ ବ୍ୟବସ୍ଥା ଗ୍ରହଣ କରାଯିବ ସେ ନେଇ ସମସ୍ତ ବ୍ୟବସ୍ଥା ହୋଇଛି। ଅନ୍ୟପକ୍ଷରେ ଗୋଟିଏ ପ୍ଲାଟୁନ ଓଡ୍ରାଫ ଟିମ୍‌ ମଧ୍ୟ ସଜାଗ ହୋଇ ରହିଛନ୍ତି। ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଆମେ ପ୍ରସ୍ତୁତ ରହିଥିବା ନେଇ ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ସେହିପରି ସହରାଞ୍ଚଳରେ ସିଏମ୍‌ସି କମିଶନର ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖାନ୍‌ନଗର, ଚହଟା, ଧବଳେଶ୍ୱରଗଡ଼ା, ହାଡିଆପଠା, ମର୍କତନଗର, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ସିଡିଏ ସେକ୍ଟର-୬ ମଣ୍ଡାସାହି, କାଠଯୋଡ଼ି ନଦୀ ପାଖ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ସିଏମ୍‌ସି ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସିଏମ୍‌ସି ପକ୍ଷରୁ ୫ଟି ଟିମ୍‌ ଗଠନ କରାଯାଇ ସ୍ଥିତି ଅନୁଧ୍ୟାନ ଚାଲିଛି। ଯେପରି ଜଳବନ୍ଦୀରୁ ଲୋକେ ମୁକ୍ତ ରହିବେ ସେ ନେଇ ପାଖାପାଖି ୨୦୦ରୁ ଊର୍ଦ୍ଧ୍ୱ ପମ୍ପସେଟ୍‌ ମହଜୁଦ ରଖାଯାଇଛି। ସିଏମ୍‌ସି ପକ୍ଷରୁ ବିଭିନ୍ନ ଆଶ୍ରୟସ୍ଥଳରେ ଖାଦ୍ୟ ମହଜୁଦ ରଖାଯାଇଛି ବୋଲି ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri