Posted inରାଜ୍ୟ

ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ ୪ ଟଙ୍କା ୯୩ ପଇସା ରଖିଥିଲେ। ହେଲେ ଏହାକୁ ସରକାର ୫ ଟଙ୍କା ୪୨ପଇସା କରିଛନ୍ତି। ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପିଲାଙ୍କ ମଧ୍ୟାହ୍ନଭୋଜନ ଲାଗି ବ୍ୟବହୃତ ରାଶନ ବାବଦକୁ ଜଣ ପିଛା ୭ ଟଙ୍କା ୩୬ପଇସା ରହିଥିଲା ବେଳେ ଏହା ମଧ୍ୟ ୮ଟଙ୍କା ୧୦ପଇସାକୁ ବୃଦ୍ଧି କରାଯାଇଛି। ବର୍ତ୍ତମାନ ସ୍ଥିତିରେ ବଜାର ଦର, ପନିପରିବା ମୂଲ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହି ଦୃଷ୍ଟିରୁ ଜଣେ ପିଲା ପାଇଁ ମଧ୍ୟାହ୍ନଭୋଜନ ଲାଗି ଯେତିକି ଖର୍ଚ୍ଚ ହେଉଛି ଦେଖିଲେ ଜଣେ ପ୍ରାଥମିକ ପିଲା ପାଇଁ ରାଶନ ବାବଦକୁ ୫ଟଙ୍କା ୪୨ପଇସା ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ ୮ଟଙ୍କା୧୦ପଇସା ଆନୁମାନିକ ପଡ଼ିଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି କର୍ତ୍ତପକ୍ଷ ଗୁରୁତର ସହ ବିଚାର କରିବା ପରେ ମଧ୍ୟାହ୍ନଭୋଜନ ଦର ପାଇଁ ଅର୍ଥ ବଢ଼ାଯାଇଥିବା ନୋଡାଲ ଅଫିସର ଗଙ୍ଗାଧର ସାହୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତିି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସରକାର ଏହି ନିଷ୍ପତ୍ତି ନେଇଥିବା ବେଳେ ଏହା ପିଛିଲା ଭାବେ ଏପ୍ରିଲ ୧ ତାରିଖରୁ ହିସାବ କରାଯିବ ବୋଲି ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri