ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ

ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ଏବେ ସାଧାରଣ ଜନତାଙ୍କ ପାଇଁ ମରଣଯନ୍ତା ପାଲଟିଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ପ୍ରଶାସନ, ଜାତୀୟ ରାଜପଥ ବିଭାଗ ଅବଗତ ଥିଲେ ବି କିଛି ନ ଜାଣିଲା ଭଳି ଚୁପ୍‌ ରହୁଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ପ୍ରକାଶ ଯେ, ଦୀର୍ଘ ବର୍ଷ ଧରି ଡେରା-ହାଣ୍ଡିଧୂଆଁ ଛକ- ପବିତ୍ରମୋହନ ଛକ ଦେଇ କୋଇଲା ଟ୍ରକ୍‌ଗୁଡ଼ିକ ଯାତାୟାତ କରୁଥିଲା। ଅଞ୍ଚଳବାସୀଙ୍କ ପ୍ରବଳ ବିରୋଧ, ବାରମ୍ବାର ଆନ୍ଦୋଳନ ପରେ ୨୦୧୬ ଡିସେମ୍ବରରୁ ଉକ୍ତ ରାସ୍ତାରେ କୋଇଲା ଟ୍ରକ୍‌ ଓ ଭାରିଯାନ ଚଳାଚଳ ବନ୍ଦ ରଖାଯାଇ କୋଲ୍‌ କରିଡର ଭାବେ ସହରର ମୁଖ୍ୟ ରାସ୍ତା ୫୩ ନମ୍ବର ରାଜପଥର ବାଙ୍କଧରା ଛକ, କଲେଜ, ବସ୍‌ଷ୍ଟାଣ୍ଡ, ବାଇପାସ ଛକ, ପବିତ୍ରମୋହନ ଛକ ଦେଇ କୋଇଲା ଟ୍ରକ୍‌ ଚଳାଚଳ ପାଇଁ ପ୍ରଶାସନ ନିଷ୍ପତ୍ତି ନେଲା। ଏହାପରଠାରୁ ସହର ମଧ୍ୟ ଦେଇ ରାଜପଥରେ ଦୈନିକ ହଜାର ହଜାର ଟ୍ରକ୍‌ ଚଳାଚଳ କରିବାରୁ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାହେଲେ ପ୍ରବଳ ଧୂଳି ଉଡି ପ୍ରଦୂଷଣସ୍ତରକୁ ବଢ଼ାଇ ଦେଉଥିବା ବେଳେ ବର୍ଷା ଦିନେ ଆଣ୍ଠୁଏ ଲେଖାଁଏ କାଦୁଅ ଲୋକଙ୍କ ଯାତାୟାତକୁ କଷ୍ଟକର କରିଦେଇଛି। ବିଶେଷକରି ବାଙ୍କଧରା ଛକ ଠାରୁ କଲେଜ ପର୍ଯ୍ୟନ୍ତ ରାସ୍ତାରେ ବିରାଟକାୟ ଖାଲମାନ ସୃଷ୍ଟି ହୋଇଛି। ପ୍ରତିଦିନ ଅନେକ ବାଇକ୍‌ ଚାଳକ ଏହି ଖାତରେ ପଡି ଆହତ ହେଉଥିବା ଅଭିଯୋଗ ବୃଦ୍ଧି ପାଉଛି। ଶୁକ୍ରବାର ଜଣେ ସ୍କୁଟି ଚାଳକଙ୍କ ଗୋଡ ଭାଙ୍ଗି ଯାଇଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରେ ଟ୍ରକ୍‌ ଛିଡା ହୋଇ ରହୁଥିବାରୁ ଭୟଙ୍କର ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ତାଳଚେରରୁ ହଜାର ହଜାର କୋଟି ଟଙ୍କାର ରାଜସ୍ବ କେନ୍ଦ୍ର ଓ ରାଜ୍ୟ ସରକାର ନେଉଥିବା ବେଳେ ଅଞ୍ଚଳବାସୀଙ୍କ ଏହି ପ୍ରମୁଖ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆ ନ ଯିବାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ସମ୍ପର୍କରେ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri