ବଢୁଛି ନିଶା କାରବାର: ପୋଲିସ, ଅବକାରୀ ବିଭାଗ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୨ା୧- ଗଞ୍ଜାମ ଜିଲାର ବିଭିନ୍ନ ଗଁ। ରେ ଏବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଯୁବ ପିଢ଼ି ଏହି କାରବାରରେ ଏବେ ଲିପ୍ତ ରହୁଛନ୍ତି। ନିଶା କାରବାରକୁ କେନ୍ଦ୍ର କରି ବିଗତ ଦିନରେ ଜିଲାରେ ଅନେକ ମୁଣ୍ଡ ଗଡିଛି। ଗୋଟିଏ ପଟେ ଅବକାରୀ ବିଭାଗ ଅନ୍ୟପଟେ ପୋଲିସ ଏବେ ସାଜିଛି ନୀରବଦ୍ରଷ୍ଟା। ସେପଟେ ମାଲାମାଲ ହେଉଛନ୍ତି ମାଫିଆ। ଅଶାନ୍ତିରୁ ଗୋଷ୍ଠୀ ସଂଘର୍ଷ ଘଟୁଛି। ବେଆଇନ ଭାବେ ମଦ ଓ ଗଞ୍ଜେଇ ଆଡ୍ଡାରେ ଚଢାଉ ପୂର୍ବରୁ ଅବକାରୀ ଓ ପୋଲିସର ଦ୍ୱାରସ୍ଥ ହୋଇଥାନ୍ତି ମାଫିଆ। ପ୍ରତିଦିନ ଶହ ଶହ କେଜି ଚୋରା ଗଞ୍ଜେଇ ଚାଲାଣ ସାଙ୍ଗକୁ ମଦ ବ୍ରହ୍ମପୁର ସହରକୁ ଚାଲାଣ ହେଉଛି। ଅନେକ ସମୟରେ ଗଜପତି ଅଞ୍ଚଳରୁ ଗଞ୍ଜେଇ ଚୋରା ଚାଲାଣ ମହୁରି କାଳୁଆ ମନ୍ଦିର ରାସ୍ତା ସୁକୁଣ୍ଡା, ଲାଠୀ ଓ ପୁରୁଣା ବ୍ରହ୍ମପୁର ଦେଇ ବ୍ରହ୍ମପୁରକୁ ପ୍ରବେଶ କରୁଛି। ସେଠାରୁ ଅନ୍ୟ ଜିଲା ଓ ବାହାର ରାଜ୍ୟକୁ ଚାଲାଣ ହେଉଛି। ଅନ୍ୟପଟେ ବ୍ଲକର ବିଭିନ୍ନ ସ୍ଥାନରେ ପ୍ରସ୍ତୁତ ହେଉଥିବା ମଦଭାଟି ଗୁଡିକରେ ନିମ୍ନମାନର ମଦ ପ୍ରସ୍ତୁତ ହେଉଛି। ଦିନ ମଜୁରିଆ, ଶ୍ରମିକ, ଟ୍ରାକ୍ଟର ଚାଳକ, ରିକ୍ସାବାଲା ଓ ଖଟିଖିଆମାନେ ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛନ୍ତି। ଚୋରା ମଦ କାରବାର ଓ ଗଞ୍ଜେଇ ଚୋରା ଚାଲାଣ ରୋକିବା ପାଇଁ ଅବକାରୀ ବିଭାଗ ରହିଛି। ହେଲେ ଏହି ମାଫିଆମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବା ପରିଲକ୍ଷିତ ହେଉଛି। ଅବକାରୀ ଓ ପୋଲିସ ବିଭାଗ ଉଭୟ ମଦ ଓ ଗଞ୍ଜେଇ ବେପାରୀଙ୍କ ବନ୍ଧୁ ସାଜିଥିବା ସାଧାରଣରେ ଅଭିଯୋଗ ହେଉଛି। ବେଆଇନ ମଦ କାରବାର ଚଳାଉଥିବା ବେପାରୀଙ୍କ ତାଲିକା ପୋଲିସ ଓ ଅବକାରୀ ବିଭାଗ ପାଖରେ ରହିଛି। ଏନେଇ ସଦର ଏସ୍‌ଡ଼ିପିଓ ଜୟନ୍ତ ମହାପାତ୍ର କୁହନ୍ତି, ବେଆଇନ ମଦ କାରବାର ଓ ଗଞ୍ଜେଇ ଚୋରା ଚାଲାଣ ଉପରେ ପୋଲିସ କଡା ନଜର ରଖିଛି। ଗତ କିଛି ଦିନ ତଳେ ସଦର ଥାନା ପୋଲିସ ଗଜପତିରୁ ଗଞ୍ଜେଇ ଜଗଦ୍ଦଳପୁର ଗ୍ରାମ ଦେଇ ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ କାର ସହ ୬୩ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଥିଲା। ଏପରିକି ୨ ଜଣଙ୍କୁ ଗିରଫ କରି ଜେଲ ପଠାଇଥିଲା। ସେହିପରି ଚୋରା ଦେଶୀ ମଦ ବେପାରୀଙ୍କ ଉପରେ ପୋଲିସ କଡା ନଜର ରଖିଛି ବୋଲି ଅବକାରୀ ଇନ୍ସପେକ୍ଟର ରୋଶନ ହଁ।ସଦା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri