ବଣଭୋଜି ପାଇଁ ଚଳଚଞ୍ଚଳ ମଉଳାଭଞ୍ଜା ପାହାଡ଼

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.)

ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର ଗଁା ନିକଟରେ ରହିଛି ମଉଳାଭଞ୍ଜା ପାହାଡ଼। ଚାରିପଟେ ଶସ୍ୟକ୍ଷେତ୍ର ଥିବାବେଳେ ଲିମ୍ବ, ବେଲ ଆଦି ଔଷଧୀୟ ବୃକ୍ଷ ଏହି ପାହାଡ଼ରେ ଭରି ରହିଛି। ପାହାଡ଼ ପାଦଦେଶରେ ଅଛି ଦୁଇଟି ଗୁମ୍ଫା। ସେହିପରି ଦୁଇଟି ବିରାଟକାୟ ପଥର ଏପରି ରହିଛି ଯାହାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ନାନା ଚର୍ଚ୍ଚା ହୁଏ। ବଡ଼ ପଥରଟି ମାମୁ ଓ ସାନ ପଥର ଭଣଜା ବୋଲି ଗଁାର ବୟସ୍କମାନେ କୁହନ୍ତି। ଏହାପଛରେ ଥିବା କାହାଣୀ ସମ୍ପର୍କରେ ସେମାନେ କୁହନ୍ତି, ଥରେ ଏହି ରାସ୍ତା ଦେଇ ଏକ ବାହାଘର ପଟୁଆର ଯାଉଥିଲା। ବର ସାଜିଥିବା ମାମୁ ଭଣଜାକୁ କାଖରେ ଧରିଥିଲେ। ସେହି ସମୟରେ ବଜ୍ରପାତ ଘଟିବାରୁ ମାମୁ ଭଣଜା ପଥର ପାଲଟିଯାଇଥିଲେ। ବିବାହ ପଟୁଆରରେ ଯାଉଥିବା ହାତୀ, ଘୋଡ଼ା, ରଥ ଆଦି ସେଠାରେ ଅଟକି ଯାଇଥିଲେ। ପ୍ରତିବର୍ଷ ବଣ ଭୋଜି ସମୟରେ ଏହି ପାହାଡ଼ରେ ପ୍ରବଳ ଗହଳି ହୁଏ। ବିଭିନ୍ନ ସ୍ଥାନରୁ ଆସିଥିବା ଲୋକମାନେ ବଣ ଭୋଜି କରିସାରିବା ପରେ ପାହାଡ଼ ପରିଦର୍ଶନ କରିଥାନ୍ତି। ଏଠାରେ ଥିବା ପୁରୁଣା କୀର୍ତ୍ତିରାଜି ଦେଖି ଖୁସି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri