ବଣିଆ ନାଳକଡରୁ ଯୁବକଙ୍କକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବରୀ/ରତ୍ନଗିରି,୯ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ଥାନା ସୀମାନ୍ତ ବୋଦୁଅ ପଞ୍ଚାୟତର ଏରଡା ଗ୍ରାମ ନିକଟ ବଣିଆ ନାଳ କଡରୁ ସୋମବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ପାଣିକୋଇଲି ଅଞ୍ଚଳର ରାଜୁ ଜେନା ବୋଲି ଜଣାପଡିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୨୧/୧୯) ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏହି ଘଟଣାରେ ୨ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ମାର୍କଣ୍ଡ ମିଶ୍ର ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି କହିଛନ୍ତି। ତେବେ ଖବର ଲେଖା ହେବ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି । ରାଜୁ ପାଣିକୋଇଲି ଅଞ୍ଚଳର ଜଣେ ନାବାଳିକାଙ୍କୁ ଭଲ ପାଉଥିଲେ। ୭ ମାସ ତଳେ ଉକ୍ତ ନାବାଳିକାଙ୍କୁ ନେଇ ଫେରାର ହୋଇଯାଇଥିଲେ। ହେଲେ ୪ ଦିନ ତଳେ ନାବାଳିକାଙ୍କ ଭିଣୋଇ ଘର ବରୀଥାନ ଅଧୀନ ଭୁରୁଙ୍ଗା ଗ୍ରାମରେ ନାବାଳିଙ୍କ ସହ ରହିଥିଲେ। କିନ୍ତୁ ଗତ ଗୁରୁବାରଠାରୁ ରାଜୁ କେଉଁ ଆଡେ ଫେରାର ହୋଇଯାଇଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତ ଜାଣିବାକୁ ପାଇଛି। ପ୍ରକାଶ ଯେ, ସକାଳେ ଜମିକୁ ଚାଷ କରିବାକୁ ସ୍ଥାନୀୟ ଲୋକେ ଯାଉଥିଲାବେଳେ ବଣିଆ ନାଳ କଡ଼ରେ ରାଜୁଙ୍କ ମୃତ ଦେହ ପଡିଥିବା ପଡିିଥିବା ଦେଖିଥିଲେ। ଏ ନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ପରେ ନାବାଳିକାଙ୍କ ଭିଣେଇ ଓ ନାବଳିକାଙ୍କୁ ଥାନାରେ ଅଟକ ରଖି ପଚରା ଉଚରା ଜାର ରଖିଛି। ତେବେ ଏହା ଏକ ପ୍ରେମ ଜନିତ ହତ୍ୟା ହୋଇଥାଏ ପରେ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri