ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ସକାଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସେ ହେଲେ ବସନ୍ତ କୁମାର ପଟ୍ଟନାୟକ। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏ ନେଇ ନଂ. ୧୦/୧୯ରେ ମାମଲା ରୁଜୁ କରାଯାଇ ବସନ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ବସନ୍ତଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ ହୋଇଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କ କେଶପୁରସ୍ଥିତ ତାଙ୍କ ଭଡ଼ାଘର, ଶ୍ୱଶୁର ଘର ଓ ଅନୁଗୋଳରେ ଥିବା ପୈତୃକ ବାସଭବନରେ ଏକକାଳୀନ ଚଢ଼ାଉ କରାଯାଇଛି ବୋଲି ଏସପି ସ୍ବାଇଁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, କହ୍ନେଇପୁରର ବିବେକାନନ୍ଦ ନାୟକ ଖଲ୍ଲିକୋଟରେ ଲାଇନମ୍ୟାନ ଭାବେ କାମ କରୁଛନ୍ତି। ପାରିବାରିକ ସମସ୍ୟା ଥିବାରୁ ସେ ଗାଁ ପାଖ କେଶପୁରକୁ ଆପୋଷ ବୁଝାମଣାରେ ବଦଳି ପାଇଁ ନିର୍ବାହୀ ଯନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଆବେଦନପତ୍ର ସହକାରୀ ଯନ୍ତ୍ରୀ ପଟ୍ଟନାୟକଙ୍କୁ ଦେଇଥିଲେ। ଏହି ଆବେଦନପତ୍ରକୁ ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ସେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଲାଇନମ୍ୟାନ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ଅନୁଯାୟୀ ବିବେକାନନ୍ଦ ଶୁକ୍ରବାର ପୂର୍ବାହ୍ନ ୯ଟାରେ ସହକାରୀ ଯନ୍ତ୍ରୀ ପଟ୍ଟନାୟକଙ୍କୁ ଭେଟି ଟଙ୍କା ଦେବା ପାଇଁ ଫୋନ କରିଥିଲେ। ବିବେକାନନ୍ଦଙ୍କୁ ସେ ଜାତୀୟ ରାଜପଥ ନଂ.୧୬ ହରିଡ଼ାମୁଳ ବ୍ରିଜ ନିକଟକୁ ଆସିବା ପାଇଁ କହିଥିଲେ। ବିବେକାନନ୍ଦ ସେଠାରେ ପହଞ୍ଚତ୍ ୧୫ ହଜାର ଟଙ୍କା ଦେବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଏସପି ଶାନ୍ତନୁ କୁମାର ପାଢ଼ୀ, ଡିଏସପି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଓ ତାଙ୍କ ଟିମ ଅତର୍କିତ ଚଢ଼ାଉ କରି ଉକ୍ତ ଲାଞ୍ଚ ଟଙ୍କା ଜବତ କରିଥିଲେ। ଗିରଫ ସହକାରୀ ଯନ୍ତ୍ରୀଙ୍କଠାରୁ ଏକ ଦାମୀ କାର ଓ ଏଲଆଇସି ବଣ୍ଡ ଜବତ କରାଯାଇଛି। ତାଙ୍କ ନାଁରେ ଚନ୍ଦକାରେ ଏକ ଫ୍ଲାଟ ରହିଛି। ଭୁବନେଶ୍ୱର ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆରେ ଥିବା ଲକ୍‌ର ଶନିବାର ଯାଞ୍ଚ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri