ବଦଳି ନିୟମ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ କ୍ଷେତ୍ରରେ ବଦଳି ନୀତି ଲାଗୁ ହୋଇଥାଏ। ସର୍ବୋଚ୍ଚ ପ୍ରଶାସନ ଏବଂ ଅନ୍ୟ ପେସାଗତ ବୃତ୍ତିରେ ଏହା ନିୟମିତ ରୂପେ ହୋଇଥାଏ। ହେଲେ ସଚିବାଳୟ କର୍ମଚାରୀଙ୍କ କ୍ଷେତ୍ରରେ ଏହା ଠିକ୍‌ ଭାବେ ନିୟମିତ ଲାଗୁ ହୋଇ ପାରୁ ନ ଥିବା ଜଣାପଡିଛି। ରାଜ୍ୟ ସରକାର ପଦୋନ୍ନତି ଅଦାଲତ କରି ଯେପରି ଏହି ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରିଛନ୍ତି, ଅନୁରୂପ ଭାବେ ବଦଳି କ୍ଷେତ୍ରରେ ସେପରି କୌଣସି ସଂସ୍କାର ଗ୍ରହଣ କରାଯାଉ ବୋଲି କର୍ମଚାରୀ ମହଲରେ ସ୍ବର ଉଠିଛି।
ପୂର୍ବରୁ ଅନ୍ୟ କର୍ମଚାରୀଙ୍କ ପରି ସଚିବାଳୟ କର୍ମଚାରୀଙ୍କ କ୍ଷେତ୍ରରେ ମଧ୍ୟ ୬ ବର୍ଷିଆ ବଦଳି ନିୟମ ରହିଥିଲା। ହେଲେ ଏହି ନିୟମ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରିନାହିଁ। ଯାହାଫଳରେ ଜଣେ ଜଣେ କର୍ମଚାରୀ ଗୋଟିଏ ବିଭାଗରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରୁଛନ୍ତି। ୨୦୦୫ରୁ ୨୦୦୮ ମଧ୍ୟରେ ୪ ଥର ଯଥାକ୍ରମେ ୧୫ ବର୍ଷ, ୧୪ ବର୍ଷ, ୧୩ ବର୍ଷ ଏବଂ ୧୨ ବର୍ଷ ଅବଧିକୁ ନେଇ ବଦଳି କରାଗଲା। ଅପରପକ୍ଷେ ୨୦୦୯ ପରେ ବିଭିନ୍ନ ଆଳ ଦେଖାଇ ଏହି ବଦଳିକୁ ଠିକ୍‌ ଭାବେ ଲାଗୁ କରାଗଲା ନାହିଁ। ୨୦୧୭ ମସିହାରେ ଗୃହ ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ବଦଳି ନୀତି ପ୍ରଣୟନ କରାଯାଇଥିଲା। ସେହି ନିୟମ ଅନୁଯାୟୀ କୌଣସି କର୍ମଚାରୀ ଗୋଟିଏ ବିଭାଗରେ ୧୦ ବର୍ଷ ଏବଂ କୌଣସି ଶାଖାରେ ୬ ବର୍ଷରୁ ଅଧିକ କାଳ ରହିପାରିବେ ନାହିଁ। ହେଲେ ଏହି ନିୟମ ପାଳନ ହୋଇପାରୁ ନାହିଁ। ତେଣୁ ସରକାର ପଦୋନ୍ନତି ପରି ବଦଳି ନିୟମକୁ କାର୍ଯ୍ୟକାରୀ କରିବାରୁ କର୍ମଚାରୀ ମହଲରେ ଦାବି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri